Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲୁଣ କଂପାନୀରେ ଅଘଟଣ:ଚାଲିଗଲା ୧୨ଟି ଜୀବନ

by ସଞ୍ଜୟ ସ୍ୱାଇଁ
May 18, 2022
in Breaking, State
ଲୁଣ କଂପାନୀରେ ଅଘଟଣ:ଚାଲିଗଲା ୧୨ଟି ଜୀବନ
259
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଲୁଣ କଂପାନୀରେ ବଡ଼ ଧରଣର ଅଘଟଣ । ଅଘଟଣରେ ଚାଲିଗଲା ୧୨ଜଣ ଶ୍ରମିକଙ୍କ ମୂଲ୍ୟବାନ ଜୀବନ । ୨୦ରୁ ଅଧିକ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାର କାର୍ୟ୍ୟ ଜାରି ରଖିଛି। ଗୁଜରାଟ ମୋରବି ସ୍ଥିତ ଏକ ଲୁଣ ଫ୍ୟାକ୍ଟ୍ରିରେ ଏହି ଅଘଟଣ ଘଟିଛି। ଗୁଜରାଟ ହଲବାଡ ଇଣ୍ଡଷ୍ଟ୍ରିଆଲ ଅଞ୍ଚଳ ସ୍ଥିତ ସାଗର ଲୁଣ ଫ୍ୟାକ୍ଟ୍ରିରେ ଆଜି ମଧ୍ୟାହ୍ଣରେ ଏକ କାନ୍ଥ ଭୁଶୁଡି ପଡିଥିଲା। ଏଥିରେ ୧୨ ଜଣଙ୍କ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଭୁଶୁଡି ପଡିଥିବା କାନ୍ଥ ତଳେ ୩୦ ଶ୍ରମିକ ଦବି ରହିଥିଲେ। ଜେସିବି ସହାୟତାରେ ମୃତକ ଓ ଆହତଙ୍କୁ ଭଗ୍ନାବଶେଷ ତଳୁ ଉଦ୍ଧାର କରାଯାଇଛି। ଏହାପରେ ଗୁରୁତରଙ୍କୁ ସହରର ଭିନ୍ନ ଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗୁରୁତରଙ୍କ ମଧ୍ୟରେ ଅନେକ ଶ୍ରମିକଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ତେଣୁ ମୃତ୍ୟୁ ସଂଖ୍ୟା ଆହୁରି ଆଗକୁ ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। ସ୍ଥାନୀୟ ଜିଲ୍ଲାପାଳଙ୍କ କହିବା ମୁତାବକ, ଫ୍ୟାକ୍ଟ୍ରିରେ ଅଖା ଭିତରେ ଲୁଣ ଭର୍ତ୍ତି କରିବା କାମ ଚାଲିଥିବା ବେଳେ ହଠାତ୍ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ ଭୁଶୁଡି ପଡିଥିବା କାନ୍ଥ ତଳେ ୨୦ ରୁ ୩୦ଜଣ ଶ୍ରମିକ ପୋତି ହୋଇଯାଇଥିବା ଭୟ ଥିଲା। ସେଥିମଧ୍ୟରୁ ୧୨ ଜଣଙ୍କର ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇଛି। ସେପଟେ ଏହି ଘଟଣା ନେଇ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। ଏଥିସହ ଆହତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ସ୍ଥାନୀୟ ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପଟେ ରାଜ୍ୟ ଶ୍ରମ ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ବ୍ରିଜେଶ ମୋରଜା ଦୁଃଖ ପ୍ରକାଶ କରିଛନ୍ତି। ମୃତକ ଓ ଆହତଙ୍କ ପରିବାରକୁ ସେ ସମବେଦନା ଜଣାଇଛନ୍ତି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!