Friday, June 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାରବାଟିରେ ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ହେବ ମହାସମର:ଷ୍ଟାଡିୟମରେ ଭରପୁର ରହି ଖେଳ ଦେଖିବେ ଦର୍ଶକ

by ସଞ୍ଜୟ ସ୍ୱାଇଁ
May 19, 2022
in Sports
ବାରବାଟିରେ ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ହେବ ମହାସମର:ଷ୍ଟାଡିୟମରେ ଭରପୁର ରହି ଖେଳ ଦେଖିବେ ଦର୍ଶକ
53
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଓଡିଶା କ୍ରିକେଟ୍ ପ୍ରେମୀଙ୍କ ପାଇଁ ଖୁସିର ଖବର। ଷ୍ଟାଡିୟମରେ ଭରପୁର ରହି ଖେଳ ଦେଖିବେ ଦର୍ଶକ । ଷ୍ଟାଡିୟମ୍ରେ ସମ୍ପୂର୍ଣ୍ଣ ସିଟ୍ରେ ଦର୍ଶକ ଖେଳ ଦେଖିବା ନେଇ ବିସିସିଆଇ ପକ୍ଷରୁ ଅନୁମତି ଦିଆଯାଇଥିବା ଜଣାପଡ଼ିଛି । ଜୁନ ୧୨ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ୍। ଦୁଇ ଦେଶ ମଧ୍ୟରେ ଏହି ମ୍ୟାଚ୍ ଖେଳାଯିବ । ଏ ନେଇ ପୂର୍ବରୁ ସୂଚନା ଦେଇଛନ୍ତି ଓସିଏ ସଂପାଦକ ସଞ୍ଜୟ ବେହେରା। କରୋନା ମହାମାରୀ କାରଣରୁ ବାରବାଟୀ ଷ୍ଟାଡିୟମରେ ଭାରତ ଏବଂ ଓ୍ଵେଷ୍ଟଇଣ୍ଡି ଟି-୨୦ ମ୍ୟାଚ୍ ଖେଳାଯାଇ ପାରିନଥିଲା। ଏହାପରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ ପାଇଁ ବିସିସିଆଇ ଆୟୋଜନ ସ୍ଥଳ ଘୋଷଣା କରିଛି। ଏଥିରୁ ଗୋଟିଏ ମ୍ୟାଚ୍ କଟକର ବାରବାଟୀରେ ଖେଳାଯିବ। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ସିରିଜ୍ ଆଇପିଏଲ ୨୦୨୨ ପରେ ଜୁନରେ ଖେଳାଯିବ। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ୍ର ଟି-୨୦ ସିରିଜ୍ ପାଞ୍ଚଟି ସ୍ଥାନରେ ଖେଳାଯିବ। ଟି-୨୦ ସିରିଜ୍ କଟକ, ବିଶାଖାପଟ୍ଟନମ, ଦିଲ୍ଲୀ, ରାଜକୋଟ ଏବଂ ଚେନ୍ନାଇରେ ଖେଳାଯିବ। ସୂଚନାଯୋଗ୍ୟ, ବାରବାଟୀରେ ଫେବୃଆରୀ ୧୫ରେ ଭାରତ ଓ ଓ୍ଵେଷ୍ଟଇଣ୍ଡିଜ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ର ପ୍ରଥମ ମ୍ୟାଚ୍ ଖେଳାଯିବାର କାର୍ୟ୍ୟକ୍ରମ ଥିଲା। ତେବେ କରୋନା ଭାଇରସ୍ର ପ୍ରକୋପକୁ ଦୃଷ୍ଟିରେ ରଖି ବିସିସିଆଇ କ୍ରୀଡାସୂଚୀରେ କାଣ୍ଟଛାଣ୍ଟ କରିଥିଲା। ଦିନିକିଆ ଏବଂ ଟି-୨୦ ସିରିଜ୍ ଦୁଇଟି ସହର ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଏବଂ ଟି-୨୦ ସିରିଜ୍ କୋଲକାତାର ଇଡେନ ଗାର୍ଡେନ ଷ୍ଟାଡିୟମରେ ଖେଳାଯାଇଛି।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!