Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଛତ୍ରପୁର ସହରରେ ମହିଳାଙ୍କ ବେକରୁ ସୁନା ହାର ଓ ଚେନ୍‌ ଝାମ୍ପି ନେଲେ ଲୁଟେରା

by ସଞ୍ଜୟ ସ୍ୱାଇଁ
May 19, 2022
in Crime, State
ଛତ୍ରପୁର ସହରରେ ମହିଳାଙ୍କ ବେକରୁ ସୁନା ହାର ଓ ଚେନ୍‌ ଝାମ୍ପି ନେଲେ ଲୁଟେରା
32
VIEWS
Share on FacebookShare on Twitter

ଖଲ୍ଲିକୋଟ, (ବାଘୁଆବାର୍ତ୍ତା): କିଛିଦିନର ନିରବତା ପରେ ଛତ୍ରପୁର ସହରରେ ପୁଣି ମାତିଲେ ଚେନ ଲୁଟେରା । ସ୍ପଷ୍ଟ ଦିବାଲୋକରେ ବାଇକରେ କିଛି ଦୁର୍ବୃତ୍ତ ଆସି ଆଖି ପିଛୁଳାରେ ମହିଳାଙ୍କ ବେକରୁ ସୁନା ହାର ଓ ଚେନ୍‌ ଝାମ୍ପି ନେଲେ ଲୁଟେରା । ଛତ୍ରପୁର ଥାନା ଅଧୀନ ବ୍ୟାରେକ ସାହି ଗଣେଶ ମନ୍ଦିର ନିକଟରେ ଘଟିଛି ଏହି ଲୁଟ୍‌ ଘଟଣା । ଆଉ ଲୁଟର ଶିକାର ହୋଇଛନ୍ତି ରାମକୃଷ୍ଣ ନଗରର ପିଙ୍କି କୁମାରୀ ସାହୁ କ୍ଷ ସୂଚନା ଅନୁଯାୟୀ ପିଙ୍କି ତାଙ୍କ ପୁଅ ଓ ଝିଅଙ୍କ ସହ ଏକ ଭୋଜି ଖାଇବାକୁ ଚାଲି ଚାଲି ଯାଉଥିବା ବେଳେ ବ୍ୟାରେକ ସାହି ଗଣେଶ ମନ୍ଦିର ନିକଟରେ ବାଇକରେ ଦୁଇଜଣ ଦୁର୍ବୃତ୍ତ ଆସି ପିଙ୍କିଙ୍କ ବେକରୁ ସୁନା ହାର ଓ ଚେନ ଝାମ୍ପି ଫେରାର ହୋଇଯାଇଥିଲେ । ସୁନା ହାର ପାଖାପାଖି ତିନି ତୋଳା ହୋଇଥିବା ନେଇ ମହିଳା ଜଣକ ଅଭିଯୋଗ କରିଛନ୍ତି । ଘଟଣାର ଖବର ପାଇଁ ଛତ୍ରପୁର ଏସଡିପିଓ ଗୌତମ କିଷାନ, ଛତ୍ରପୁର ଥାନାଧିକାରୀ ସତ୍ୟ ରଂଜନ ପ୍ରଧାନ ଓ ସବଇନିସ୍ପପେକ୍ଟର ସିଲୁ ଧଳ ଘଟଣା ସ୍ଥଳରେ ପହଂଚି ଆଖପାଖ ଅଞ୍ଚଳର ସିସିଟିଭି ଫୁଟେଜକୁ ଯାଞ୍ଚ କରିବା ସହିତ ତଦନ୍ତ ଜାରି ରଖିଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!