Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୮ରୁ ୨୦ ନୟାଗଡ଼ ସାଂସ୍କୃତିକ ମହୋତ୍ସବ ‘ଚିତ୍ରରଂଗ’

by ସଞ୍ଜୟ ସ୍ୱାଇଁ
January 17, 2020
in Literature
୧୮ରୁ ୨୦ ନୟାଗଡ଼ ସାଂସ୍କୃତିକ ମହୋତ୍ସବ ‘ଚିତ୍ରରଂଗ’
32
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ରାଗେଶ୍ରୀ ନିଳୟମ ଦ୍ୱାରା ନୟାଗଡ଼ରେ ଅନୁଷ୍ଠିତ ହେବ ସାଂସ୍କୃତିକ ମହୋତ୍ସବ ‘ଚିତ୍ରରଂଗ’ । ଏହି ମହୋତ୍ସବ ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଅନୁଷ୍ଠାନର ସଭାପତି ପ୍ରଭାତ କୁମାର ଦାଶ ବ୍ଲକ ସଭାଗୃହରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ପଠାଣିସାମନ୍ତ ପ୍ରେକ୍ଷାଳୟରେ ଅନୁଷ୍ଠିତ ହେବାକୁ ଥିବା ଏହି ସାଂସ୍କୃତିକ ମହୋତ୍ସବରେ ତିନୋଟି ନାଟକ ମଞ୍ଚସ୍ଥ ହେବାକୁ ଥିବା ବେଳେ ରାଜ୍ୟ ସ୍ତରୀୟ ଚିତ୍ରକଳା ପଦର୍ଶନୀ, ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା କବିତା ପ୍ରତିଯୋଗୀତା, ସାହିତ୍ୟ ଚର୍ଚ୍ଚା ଏବଂ ନୟାଗଡ଼ର ଲୋକକଳା ସଂଗୀତକୁ ନେଇ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି । ମହାବିଦ୍ୟାଳୟ ସ୍ତରୀୟ କବିତା ପ୍ରତିଯୋଗୀତାରେ କୃତିତ୍ୱ ହାସଲ କରିବାକୁ ଥିବା ପ୍ରତିଯୋଗୀମାନଙ୍କ ବହି ପୁରସ୍କୃତ କରାଯିବ । ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ୨ ହଜାର, ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ୧୫ଶହ ଏବଂ ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ଏକ ହଜାର ମୁଲ୍ୟର ବହି ପୁରସ୍କୃତ କରାଯିବା ବୋଲି ଅନୁଷ୍ଠାନର ସଂପାଦକ ଶରତ ଚନ୍ଦ୍ର ଆଚାର୍ଯ୍ୟ ସୂଚନା ଦେଇଛନ୍ତି । ଏହି କାର୍ଯ୍ୟକ୍ରମକୁ ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଉଦ୍‌ଘାଟନ କରିବାକୁ ଥିବା ବେଳେ ତାଙ୍କ ସହିତ ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବୋଲି ଜଣାପଡ଼ିଛି ।  ସାହିତ୍ୟ, କଳା ଏବଂ ନାଟକ କ୍ଷେତ୍ରରେ ସୁନାମ ଅର୍ଜ୍ଜନ କରିଥିବା ବହୁ ପ୍ରତିଭୂଙ୍କୁ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧିତ କରାଯିବାର କାର୍ଯ୍ୟକ୍ରମ ରହିଥିବା ନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!