Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମଧ୍ୟାହ୍ନ ଭୋଜନ ଖାଇ ୨୫ ଛାତ୍ରୀ ଅସୁସ୍ଥ

by ସଞ୍ଜୟ ସ୍ୱାଇଁ
June 2, 2022
in Health, State
ମଧ୍ୟାହ୍ନ ଭୋଜନ ଖାଇ ୨୫ ଛାତ୍ରୀ ଅସୁସ୍ଥ
42
VIEWS
Share on FacebookShare on Twitter

ବୌଦ୍ଧ, (ବାଘୁଆବାର୍ତ୍ତା): ବୌଦ୍ଧ ହରଭଙ୍ଗା ବ୍ଲକ ମଣିପୁର ଆଦର୍ଶ ବିଦ୍ୟାଳୟରେ ଅଘଟଣ । ମଧ୍ୟାହ୍ନ ଭୋଜନ ଖାଇ ୨୫ ଜଣ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ୧୦ ଜଣ ଛାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ପୁରୁଣା କଟକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ସ୍ଥିତ ମଣିପୁର ଆଦର୍ଶ ବିଦ୍ୟାଳୟର ୨୫ ଜଣ ଛାତ୍ରୀ ଆଜି ମଧ୍ୟାହ୍ନ ଭୋଜନ ଖାଇବା ପରେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଅସୁସ୍ଥ ହୋଇଛନ୍ତି । ୧୫ ଜଣ ଛାତ୍ରୀ ହଷ୍ଟେଲରେ ଔଷଧ ଖାଇ ସୁସ୍ଥ ହୋଇଥିବା ବେଳେ ୧୦ ଛାତ୍ରୀଙ୍କ ଅବସ୍ଥା କିନ୍ତୁ ସୁଧୁରି ନଥିଲା । ୧୦ ଜଣ ଛାତ୍ରୀ ଗୁରୁତର ହେବାରୁ ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ପୁରୁଣାକଟକ ଗୋଷ୍ଠି ସ୍ଵାସ୍ଥ୍ୟ କେନ୍ଦ୍ରକୁ ଆଣି ସେଠାରେ ଭର୍ତ୍ତି କରାଯାଇଛି । ସମସ୍ତ ଛାତ୍ରୀଙ୍କ ଚିକିତ୍ସା ଜାରି ରହିଥିବା ଜଣାପଡିଛି । ସେପଟେ ହଷ୍ଟେଲ କର୍ତ୍ତୃପକ୍ଷ ଆଜିର ଖାଦ୍ୟର ବିବରଣୀକୁ ନେଇ ମୁହଁ ଖୋଲୁନଥିବାରୁ କର୍ତ୍ତୃପକ୍ଷଙ୍କ ଭୂମିକାକୁ ନେଇ ସନ୍ଦେହ ଘନୀଭୂତ ହୋଇଛି । ଏ ସମ୍ପର୍କରେ ହଷ୍ଟେଲ କର୍ତ୍ତୃପକ୍ଷ କୌଣସି ପ୍ରତିକ୍ରିୟା ଦେବାକୁ ସିଧାସଳଖ ମନା କରିଦେଇଥିବା ବେଳେ ହଷ୍ଟେଲରେ କେବଳ ୨୫ ଜଣ ଛାତ୍ରୀ ଅସୁସ୍ଥ ହୋଇଛନ୍ତି ନା ଆହୁରି ଅଧିକ ସଂଖ୍ୟାରେ ଛାତ୍ରୀ ଅସୁସ୍ଥ ହୋଇଛନ୍ତି, ଖାଦ୍ୟର ମାନ କଣ ରହିଥିଲା, ଛାତ୍ରୀମାନେ ଅସୁସ୍ଥ ହେବାର କାରଣ କଣ ତାହା ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!