Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସେଲ୍ ହକି ଏବଂ ପୂର୍ବତଟ ରେଳବାଇ ବିଜୟୀ

by ସଞ୍ଜୟ ସ୍ୱାଇଁ
January 21, 2020
in Sports
ସେଲ୍ ହକି ଏବଂ ପୂର୍ବତଟ ରେଳବାଇ ବିଜୟୀ
62
VIEWS
Share on FacebookShare on Twitter

ସର୍ବଭାରତୀୟ ହକି

ନୟାଗଡ଼, (ବାଘୁଆବାର୍ତ୍ଥା) : ନୟାଗଡ଼ ଜିଲ୍ଲା ହକି ଆସୋସିଏସନ ରଗବୀ ଦ୍ୱାରା ଆୟୋଜିତ ସର୍ବ ଭାରତୀୟ ହକି ଟୁନାମେଣ୍ଟ ଆଜି ପ୍ରଥମ ଓ ଦ୍ୱିତୀୟ ସେମିଫାଇନାଲ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ଖେଳପଡ଼ିଆଠାରେ ଅନୁଷ୍ଠିତ ଏହି ସର୍ବଭାରତୀୟ ହକି ଟୁର୍ଣ୍ଣାମେଂଟର ପ୍ରଥମ ସେମିଫାଇନାଲରେ ସେଲ୍ ହକି ରାଉଲକେଲା ବନାମ କର୍ଣ୍ଣଲ ହକି ହରିଆନା ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିଲା । ଏଥିରେ ସେଲ୍ ହକି ଦଳ ୪-୦ ଗୋଲରେ ବିଜୟ ଲାଭ କରିଛି । ସେହିପରି ଦ୍ୱିତୀୟ ସେମିଫାଇନାଲରେ ବିଜୁ ପଟ୍ଟନାୟକ ହକି ଏକାଡେମୀ ନୟାଗଡ଼ ବନାମ ପୂର୍ବତଟ ରେଳବାଇ ଭୂବନେଶ୍ୱର ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା । ଏହି ମ୍ୟାଚରେ ରେଳବାଇ ଭୂବନେଶ୍ୱର ୬-୦ ଗୋଲରେ ବିଜୟୀ ଲାଭ କରିଛି । ହକି ଆସୋସିଏସନର ସଭାପତି ମିତାଲୀ ପ୍ରିୟଦର୍ଶନୀ ପ୍ରଧାନଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି ଖେଳରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ନୟାଗଡ଼ ବିଡିଓ ମନୋଜ ପାତ୍ର, ସମାଜସେବୀ ପ୍ରମୋଦ ପଟ୍ଟନାୟକ, ନୟାଗଡ଼ ବ୍ଲକ ଉପାଧ୍ୟକ୍ଷ ସୁବାସ ଚନ୍ଦ୍ର କହଁର, ପୂର୍ବତନ ନଗରପାଳ ଗୁରୁପ୍ରସାଦ ଜେନା, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମୀଧର ବେହେରା, ପ୍ରମୂଖ ଯୋଗ ଦେଇଥିଲେ । ଆଜିର ଖେଳରେ ବହୁ ଜାତୀୟ ସ୍ତରରେ ଖେଳାଳୀଙ୍କୁ ଦେଖିବାକୁ ମିଳିଥିଲା । ପୂର୍ବତଟ ରେଳବାଇ ପକ୍ଷରୁ ସୁବୋଧ ତିର୍କି, ଡେଭିଡ ମିଞ୍ଜ, ସୁରେଶ ଟପୋ ପ୍ରମୂଖ ଖେଳାଳୀଙ୍କୁ ଦେଖିବାକୁ ମିଳିଥିଲା । ଆସନ୍ତାକାଲି ଫାଇନାଲ ମ୍ୟାଚ ସେଲ୍ ହକି ଓ ପୂର୍ବତଟ ରେଳବାଇ ମଧ୍ୟରେ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!