Tuesday, November 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜିଠୁ ବାରବାଟୀ ଟି-ଟ୍ୱେଣ୍ଟି ମ୍ୟାଚପାଇଁ ଅଫ୍‌ଲାଇନ୍‌ରେ ଟିକେଟ ବିକ୍ରି

by ସଞ୍ଜୟ ସ୍ୱାଇଁ
June 7, 2022
in Sports, State
ଆଜିଠୁ ବାରବାଟୀ ଟି-ଟ୍ୱେଣ୍ଟି  ମ୍ୟାଚପାଇଁ ଅଫ୍‌ଲାଇନ୍‌ରେ ଟିକେଟ ବିକ୍ରି
64
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଆଜିଠୁ ବାରବାଟୀ ଟି-ଟ୍ୱେଣ୍ଟି ମ୍ୟାଚପାଇଁ ଅଫ୍‌ଲାଇନ୍‌ରେ ଟିକେଟ ବିକ୍ରି ହେବ। ଓସିଏ ସହିତ ଅନୁବନ୍ଧିତ ଥିବା ସଂଘ, ସ୍କୁଲ, କଲେଜ, କ୍ଲବ ଓ ଅନୁଷ୍ଠାନ ଆଜି ଟିକେଟ କିଣିପାରିବେ। ଏହି ବର୍ଗରେ ୮ ହଜାର ଟିକେଟ ବିକ୍ରି ହେବ। ଓସିଓ କନ୍‌ଫରେନ୍ସ ହଲରେ ସକାଳ ୧୦ ଟାରୁ ମିଳିବ ଟିକେଟ। ଏଥିପାଇଁ କାଉଣ୍ଟର କରାଯାଇଛି। ନିଜ ନିଜ କୋଟା ଅନୁସାରେ ଅନୁବନ୍ଧିତ ସଂସ୍ଥାଗୁଡ଼ିକୁ ଟିକେଟ ମିଳିବ। ଏହାପରେ ୯ ଓ ୧୦ ତାରିଖରେ ଷ୍ଟାଡିୟମର ବିଭିନ୍ନ କାଉଣ୍ଟରରେ ସାଧାରଣ ଦର୍ଶକଙ୍କ ପାଇଁ ବିକ୍ରି ହେବ ୧୬ ହଜାର ୧୫୪ଟି ଟିକେଟ। ଆଗରୁ ଅନ୍‌ଲାଇନରେ ୫ ହଜାର ଟିକେଟ ବିକ୍ରି ହୋଇଛି। ଗତକାଲି ଅଫ୍‌ଲାଇନରେ ପ୍ରଥମ ଟିକେଟ କିଣିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓସିଏର ସଭାପତି ପଙ୍କଜ ଲୋଚନ ମହାନ୍ତି, ସମ୍ପାଦକ ସଞ୍ଜୟ ବେହେରା ପ୍ରମୁଖ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଟିକେଟ ଦେବା ସହ ତାଙ୍କ ହାତରୁ ଟଙ୍କା ନେଇଥିଲେ। ଏହି ଅବସରରେ ଟିକେଟ ବିକ୍ରି ପାଇଁ କରାଯାଇଥିବା ସୁବ୍ୟବସ୍ଥା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ ଓସିଏ ସମ୍ପାଦକ। ଆସନ୍ତା ୧୨ ତାରିଖରେ ବାରବାଟୀରେ ହେବ ଇଣ୍ଡିଆ – ସାଉଥ ଆଫ୍ରିକା ଟି-ଟ୍ୱେଣ୍ଟି ମ୍ୟାଚ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!