Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବସ ଧକ୍କାରେ ଜଣେ ମୃତ୍ୟୁ, ଡ୍ରାଇଭର ଗିରଫ

by ସଞ୍ଜୟ ସ୍ୱାଇଁ
January 23, 2020
in Accident
ବସ ଧକ୍କାରେ ଜଣେ ମୃତ୍ୟୁ, ଡ୍ରାଇଭର ଗିରଫ
30
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ଅନ୍ତର୍ଗତ ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ସ୍ଥାନୀୟ ଟାକରା ନିକଟସ୍ଥ ଗୋପାଳପୁର ଠାରେ ଗତକାଲି ରାତିରେ ଏକ ବସ୍ ଧକ୍କାରେ ଜଣେ ପଥଚାରୀଙ୍କ ମୃତ୍ୟୁ ହୋଇଛି । ମୃତ ବ୍ୟକ୍ତି ଜଣଙ୍କ ହେଲେ ମକର ପ୍ରସାଦ ଗ୍ରାମର ମାଧବ ନାୟକ । ସୂଚନାନୁସାରେ, ରାତି ପ୍ରାୟ ସାଢେ ୯ଟାରେ ମାଧବ ଟାକରା ଠାରେ ନିଜ ବାଇକକୁ ରଖି ଗୋପାଳପୁର ନିକଟକୁ ଚାଲିଚାଲି ଯାଉଥିଲେ । ଏହି ସମୟରେ ଦଶପଲ୍ଲା ଅଭିମୁଖେ ଆସୁଥିବା ଶାରଳା ନାମକ (ଓଡି ୦୨ ଏପି ୮୧୯୯) ଏକ ବସ ଧକ୍କାଦେଇ ପଳାଇ ଆସିଥିଲା । ଯାହାକୁ ନେଇ ଘଟଣାସ୍ଥଳରେ ମାଧବଙ୍କ ମୃତ୍ୟୁ ହୋଇଥିଲା । ଖବରପାଇ ଦଶପଲ୍ଲା ଥାନା ଅଧିକାରୀ ବିଶ୍ୱଜିତ୍ ରାଉତରାୟ ଦୁର୍ଘଟଣା ଘଟାଇଥିବା ଗାଡି ଏବଂ ଡ୍ରାଇଭରକୁ ଅଟକ ରଖିଥିବା ବେଳେ ଆଜି ପୂର୍ବାହ୍ନରେ ଶବ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି । ଦୁର୍ଘଟଣା ଘଟାଇ ଥିବା ବସ ଡ୍ରାଇଭର ତଥା ସ୍ଥାନୀୟ ଶିମିଳିସାହି ଗ୍ରାମର କାର୍ତ୍ତିକେଶ୍ୱର ପ୍ରଧାନ(୩୮)ଙ୍କୁ ଗିରଫ କରି ପୁଲିସ କୋର୍ଟ ଚାଲାଣ କରିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!