Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ରେ ପତାକା ଉତ୍ତୋଳନ କରିବେ ଗଣଶିକ୍ଷା ମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
January 25, 2020
in Lifestyle
ନୟାଗଡ଼ରେ ପତାକା ଉତ୍ତୋଳନ କରିବେ ଗଣଶିକ୍ଷା ମନ୍ତ୍ରୀ
17
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ୭୧ତମ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହେବାକୁ ଯାଉଛି । ନୟାଗଡ଼ ପୁଲିସ ଟ୍ରେନିଂ ପଡ଼ିଆରେ ଆୟୋଜିତ ଜିଲ୍ଲା ସ୍ତରୀୟ ଉତ୍ସବରେ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଂଜନ ଦାଶ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିବେ । ଏହି ଅବସରରେ ପ୍ରାତଃ ସମୟରେ ଜିଲ୍ଲା ସୂଚନା ଓ ଲୋକ ସଂମ୍ପର୍କ ବିଭାଗ ପକ୍ଷରୁ ସହରରେ ରାମଧୂନ ଗାନ କରିବା ସହ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପ୍ରଭାତ ଫେରୀ କରାଯିବ । ସକାଳ ୮ ଘଟିକା ସମୟରେ ତ୍ରିନାଥ ଛକଠାରେ ଅବସ୍ଥାପିତ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତୀ ଉପରେ ମାଲ୍ୟର୍ପଣ କରାଯିବ । ସକାଳ ୯ ଘଟିକା ସମୟରେ ମୁଖ୍ୟ ଅତିଥି ଜାତୀୟ ପତାକା ଉତ୍ତୋଳନ କରିବା ସହ ସ୍ୱାଧିନତା ସଂଗ୍ରାମୀମାନଙ୍କୁ ସମ୍ବର୍ଦ୍ଧିତ କରିବେ । ଏହି ଅବସରରେ ନୟାଗଡ଼ ବ୍ଲକ ପକ୍ଷରୁ ଜିଲ୍ଲା କାରାଗାର ଅନ୍ତବାସୀମାନଙ୍କୁ ମୁଖ୍ୟ ଅତିଥି ମିଷ୍ଠାନ ବଣ୍ଟନ କରିବା ସହ ରୋଟାରୀ କ୍ଲବ ଆନୁକୂଲ୍ୟରେ ରକ୍ତଦାନ ଶିବିର ଉଦଘାଟନ ଏବଂ ପୌର ପରିଷଦ ପକ୍ଷରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀମାନଙ୍କୁ ମୁଖ୍ୟ ଅତିଥି ଫଳ ବଣ୍ଟନ କରିବେ । ଅପରାହ୍ନ ୩ ଘଟିକା ସମୟରେ ଜିଲ୍ଲା ପ୍ରଶାସନ ଏକାଦଶ ବନାମ ସାମ୍ବାଦିକ ଏକାଦଶ ମଧ୍ୟରେ ଏକ ପଦର୍ଶନୀ ଫୁଟବଲ ମ୍ୟାଚ ନୟାଗଡ଼ ଖେଳପଡ଼ିଆଠାରେ ଅନୁଷ୍ଠିତ ହେବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!