Friday, September 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ଗାଁ ରଘୁନାଥ ବିଦ୍ୟାପୀଠ ବାର୍ଷିକୋତ୍ସବ

by ସଞ୍ଜୟ ସ୍ୱାଇଁ
January 25, 2020
in Education
ଓଡ଼ଗାଁ ରଘୁନାଥ ବିଦ୍ୟାପୀଠ ବାର୍ଷିକୋତ୍ସବ
24
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଓଡ଼ଗାଁରେ ଅବସ୍ଥିତ ରଘୁନାଥ ବିଦ୍ୟାପୀଠ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗ ଦେଇ ବର୍ତ୍ତମାନ ସମାଜରେ ଦ୍ରୁତ ପରିବର୍ତ୍ତନ ଯୋଗୁଁ ଛାତ୍ରଛାତ୍ରୀମାନେ ବାହ୍ୟ ଆକର୍ଷଣ ପ୍ରତି ଆକୃଷ୍ଟ ହେଉଥିବା କହିଛନ୍ତି । ଏକାଗ୍ରତା ରହିଲେ ଛାତ୍ରଛାତ୍ରୀମାନେ ସଫଳତା ପାଇ ପାଇପାରିବେ ବୋଲି ମନ୍ତ୍ରୀ କହିବା ସହ ଏକାଗ୍ରତା ନରହିବାରୁ ବିପଥଗାମୀ ହେବାର ସମ୍ଭାବନାକୁ ଏଡ଼ାଇ ଦିଆ ନଯାଇପାରେ ବୋଲି କହିଥିଲେ । ଶିକ୍ଷକମାନେ ଉତ୍ତମ ପାଠ ପଢ଼ାଇବା ସହିତ ଅନ୍ୟନ ଶିକ୍ଷାପ୍ରତି ଦୃଷ୍ଟି ଦେବାକୁ ମନ୍ତ୍ରୀ ଆହ୍ୱାନ ଦେଇଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରସନ୍ନ କୁମାର ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୋ ସ୍କୁଲ କମିଟି ଆବାହକ ଦିବାକର ନାୟକ, କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ଲୋକନାଥ ସାହୁ, ଜିଲ୍ଲା ପରିଷଦ ସଭ୍ୟ ବିଭୂ ପ୍ରସାଦ ସାହୁ, ଓଡ଼ଗାଁ ବିଡିଓ ସ୍ୱାତୀଲେଖା ଦାଶ ପ୍ରମୂଖ ଅତିଥି ଭାବେ ଯୋଗଦେଇଥିଲେ । ବାର୍ଷିକ କ୍ରୀଡ଼ାରେ ଅଂଶ ଗ୍ରହଣ କରି କୃତିତ୍ୱ ଅର୍ଜ୍ଜନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିବା ବେଳେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!