Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାହାଙ୍ଗା ଡବଲ ମର୍ଡର ମାମାଲାରେ ତଦନ୍ତ ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ୍

by ସଞ୍ଜୟ ସ୍ୱାଇଁ
June 13, 2022
in Crime, State
ମାହାଙ୍ଗା ଡବଲ ମର୍ଡର ମାମାଲାରେ ତଦନ୍ତ ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ୍
61
VIEWS
Share on FacebookShare on Twitter

ମାହାଙ୍ଗା, (ବାଘୁଆବାର୍ତ୍ତା): ମାହାଙ୍ଗା ଡବଲ ମର୍ଡର ମାମାଲାରେ ତଦନ୍ତ ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ୍ ହୋଇଛି। ସାଲେପୁର JMFC କୋର୍ଟ ଏହି କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି। ତଦନ୍ତ କାହିଁକି ବିଳମ୍ବ ହେଉଛି ଜଣାଇବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୨୦ ତାରିଖରେ ତଦନ୍ତର ଷ୍ଟାଟସ୍ ରିପୋର୍ଟ ଦେବାକୁ କୁହାଯାଇଛି। ଏହି ମାମଲାର ତଦନ୍ତ କାହିଁକି ଶିଥିଳ ପଡିଛି ଏବଂ ତଦନ୍ତ କାହିଁକି ବିଳମ୍ବ ହେଉଛି, ସେ ନେଇ ବିଚାର କରିବାକୁ କୋର୍ଟକୁ ଗତ ମେ ମାସ ୪ ତାରିଖ ଦିନ ଅଭିଯୋଗକାରୀ ରମାକାନ୍ତ ବରାଳ ଲିଖିତ ନିବେଦନ ଦେଇଥିଲେ। ଅନ୍ୟପଟେ ମାହାଙ୍ଗା ଥାନା ଅଧିକାରୀ ନିହାର ରଞ୍ଜନ ମହାନ୍ତି ଏବେ ଅନ୍ୟତ୍ର ବଦଳି ହୋଇଯାଇଛନ୍ତି। ଯାହା ପରେ ଏହି ନିର୍ଦ୍ଦେଶନାମା ବାହାରିଛି। ଫଳରେ ଏବେ କେଉଁ ଅଫିସର ଏହି ତଦନ୍ତର ଭାର ନେଇଛନ୍ତି ଓ ତଦନ୍ତ କାହିଁକି ବିଳମ୍ବ ହେଉଛି ତାହା ରିପୋର୍ଟ ଦାଖଲ ପରେ ଜଣାପଡ଼ିବ। ସୂଚନାଯୋଗ୍ୟ, ଗତ ବର୍ଷ ଜାନୁଆରୀ ୨ ତାରିଖ ସନ୍ଧ୍ୟାରେ ମାହାଙ୍ଗାରର ବରିଷ୍ଠ ବିଜେପି ନେତା କୁଳମଣି ବରାଳ (୭୫) ଓ ସଂପର୍କୀୟ ଦିବ୍ୟ ସିଂହ ବରାଳ( ୮୨)ଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ଭିତ୍ତି କରି ଏହି ହତ୍ୟାକାଣ୍ଡ ହୋଇଥିବା ବେଳେ ମାମଲାରେ ୧୩ ଜଣଙ୍କ ନାଁରେ ଥାନାରେ ଅଭିଯୋଗ ହୋଇଥିଲା । ଏପରିକି ସ୍ଥାନୀୟ ବିଧାୟକ ତଥା ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କ ବିରୋଧରେ ମଧ୍ୟ ମାମଲା ହୋଇଥିଲା । ତେବେ ପୁଲିସ ଚାର୍ଜସିଟ୍ ଦାଖଲ ବେଳେ ମନ୍ତ୍ରୀଙ୍କ ନାଁକୁ କାଟି ଦେଇଥିବା ନେଇ ମୃତ କୁଳମଣିଙ୍କ ପୁଅ ରମାକାନ୍ତ ବରାଳ କୋର୍ଟରେ ପ୍ରୋଟେଷ୍ଟ ପିଟିସନ୍ କରିଥିଲେ। ଗତବର୍ଷ ଅଗଷ୍ଟ ୨୫ରେ ଏହାର ଶୁଣାଣି କରି କୋର୍ଟ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ମାହାଙ୍ଗା ଥାନା ଅଧିକାରୀକୁ ନିର୍ଦ୍ଦେଶ ଦେଇଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!