ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାପାଳଙ୍କ ସଦ୍ଭାବନା ସଭା ଗୃହରେ ଆୟୋଜିତ ଆଜିର ଜନଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଡ. ପୋମା ଟୁଡୁ, ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟଙ୍କ ସହ ଉପଜିଲ୍ଲାପାଳ ଲଗ୍ନଜିତ ରାଉତ, ପ୍ରକଳ୍ପ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ରାୟ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଦିଲ୍ଲୀପ ସାହାଣୀ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଶ୍ୱେତ ମହାପାତ୍ର ଉପସ୍ଥିତ ରହି ଲୋକମାନଙ୍କର ବିଭିନ୍ନ ଅଭିଯୋଗ ଶୁଣିବା ସହ ତାହାକୁ ତୁରନ୍ତ ସମାଧାନ କରିବାକୁ ପ୍ରୟାସ କରିଥିଲେ । ଆଜିର ଅଭିଯୋଗ ଶୁଣାଣି ଶିବିରରେ ୭ ଗ୍ରାମ ସମସ୍ୟା ଓ ୧୭୫ଟି ବ୍ୟକ୍ତିଗତ ସମସ୍ୟାକୁ ମିଶାଇ ମୋଟ ୧୯୪ ଟି ଅଭିଯୋଗକୁ ଶୁଣାଣି କରାଯାଇଥିବା ଜଣାପଡ଼ିଛି । ଅଭିଯୋଗ ଗୁଡ଼ିକ ମଧ୍ୟରେ ୧୧ଟି ଅଭିଯୋଗରେ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ୧ଲକ୍ଷ ୭ ହଜାର ଟଙ୍କାର ସହାୟତା ପ୍ରଦାନ କରାଯାଇଛି । ସେହିଭଳି ରେଡକ୍ରସରୁ ଗୋଟିଏ ଅଭିଯୋଗ ବିଚାରରେ ୧୫ ହଜାର ଟଙ୍କା ପ୍ରଦାନ କରାଯାଇଛି । ଆଜିର ଶୁଣାଣିରେ ୭୦ ଟି ଅଭିଯୋଗର ତତ୍କ୍ଷଣତ ସମାଧାନ କରାଯାଇଥିବା ନେଇ ସୂଚନା ମିଳିଛି ।






