Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜମିଜମା ବିବାଦରୁ ଆକ୍ରମଣ, ଜଣେ ଶିଶୁଙ୍କ ସମେତ ୪ ଗୁରୁତର

by ସଞ୍ଜୟ ସ୍ୱାଇଁ
June 22, 2022
in Crime, State
ଜମିଜମା ବିବାଦରୁ ଆକ୍ରମଣ, ଜଣେ ଶିଶୁଙ୍କ ସମେତ ୪ ଗୁରୁତର
46
VIEWS
Share on FacebookShare on Twitter

ସୋର, (ବାଘୁଆବାର୍ତ୍ତା): ଗାଁ ଦାଣ୍ଡରେ ବୁଲିଲା ଭୁଜାଲି ଓ ରଡ଼ । ଜମିଜମା ବିବାଦ ଉଗ୍ରରୂପ ନେବା ସହ ରଡ଼ ଓ ଭୁଜାଲି ଆକ୍ରମଣରେ ଶିଶୁ ସମେତ ୪ ଗୁରୁତର ହୋଇଛନ୍ତି । ବାଲେଶ୍ଵର ଜିଲ୍ଲା ଖଇରା ବ୍ଲକ ଓହଡ଼ ଗ୍ରାମରେ ଘଟିଛି ଏଭଳି ଘଟଣା । ସୂଚନାଯୋଗ୍ୟ ଯେ, ଓହଡ଼ ଗାଁର ଗୌରାଙ୍ଗ ଦାସ ଓ ହରେକୃଷ୍ଣ ଦାସ ଦୁଇ ଭାଇଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଜମିଜମା ବିବାଦ ଲାଗି ରହିଥିଲା । ମଙ୍ଗଳବାର ବିଳମ୍ବିତ ରାତିରେ ଏହି ବିବାଦ ଉଗ୍ର ରୂପ ଧାରଣ କରିଥିଲା । ଏହି ବିବାଦକୁ ନେଇ ଦୁଇ ଭାଇଙ୍କ ମଧ୍ୟରେ ପ୍ରଥମେ ଯୁକ୍ତିତର୍କ ପରେ ଠେଲାପେଲା ହୋଇଥିଲା । ତାପରେ ଗୌରାଙ୍ଗ ଦାସ ଓ ତାଙ୍କ ପୁଅ ପ୍ରଶାନ୍ତ ଦାସ ରଡ଼ ଓ ଭୁଜାଲି ସାହାଯ୍ୟରେ ହରେକୃଷ୍ଣ ଦାସଙ୍କ ପରିବାରକୁ ଆକ୍ରମଣ କରିଥିଲେ । ଆକ୍ରମଣରେ ୪ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କ ମଧ୍ୟରେ ଜଣେ ୧୨ବର୍ଷର ନାବାଳକ ଅଛନ୍ତି । ଆକ୍ରମଣ ବେଳେ ଛଡାଇବାକୁ ଯାଇଥିବା ଉକ୍ତ ଗ୍ରାମର ରଘୁନାଥ ମଣ୍ଡଳ ମଧ୍ୟ ଆକ୍ରମଣର ଶିକାର ହୋଇଛନ୍ତି । ସମସ୍ତଙ୍କୁ ପ୍ରଥମେ ଖଇରା ପରେ ସୋର ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଗୁରୁତର ହେବାରୁ ବାଲେଶ୍ଵର ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!