Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୦୧୮ ମସିହାରେ ଘଟିଥିବା ନାବାଳିକା ଦୁଷ୍କର୍ମକାରୀକୁ ଆଜୀବନ ଜେଲ

by ସଞ୍ଜୟ ସ୍ୱାଇଁ
June 22, 2022
in Crime, State
୨୦୧୮ ମସିହାରେ ଘଟିଥିବା ନାବାଳିକା ଦୁଷ୍କର୍ମକାରୀକୁ ଆଜୀବନ ଜେଲ
70
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ୨୦୧୮ ମସିହାରେ ଘଟିଥିବା ନାବାଳିକା ଦୁଷ୍କର୍ମ ମାମଲାର ରାୟ ପ୍ରକାଶ ପାଇଛି। କଟକ ସ୍ୱତନ୍ତ୍ର ପୋକ୍ସୋ କୋର୍ଟ ମାମଲାକୁ ବିଚାର କରି ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ୨୦୧୮ ମସିହା ସେପ୍ଟେମ୍ବର ୧୪ ତାରିଖରେ କଟକ ଚୌଦ୍ଵାର ଥାନା ରାମଚନ୍ଦ୍ରପୁର ଗାଁର ମାୟାଧର ପୂର୍ତ୍ତି ଜଣେ ନାବାଳିକାକୁ ଜଙ୍ଗଲ ଭିତରକୁ ଟେକି ନେଇ ଦୁଷ୍କର୍ମ କରିବାର ଅଭିଯୋଗ ହୋଇଥିଲା। ନାବାଳିକାକୁ ନପାଇ ସାଥୀମାନେ ଖୋଜାଖୋଜି କରି ନିକଟସ୍ଥ ଜଙ୍ଗଲରୁ ଉଦ୍ଧାର କରିଥିଲେ। ଏଥିସହ ପୀଡ଼ିତାଙ୍କ ବୟାନ୍‌ ଆଧାରରେ ଅଭିଯୁକ୍ତକୁ କାବୁ କରିଥିଲେ। ସେହି ମାସ ୧୭ ତାରିଖରେ ପରିବାର ଲୋକେ ଏନେଇ ଚୌଦ୍ୱାର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ପୁଲିସ ଅଭିଯୁକ୍ତକୁ ଗିରଫ କରି ଆଇପିସିର ଧାରା ୩୭୬ ଏବଂ ୫୦୬ ତଥା ପୋକ୍ସୋ ଏକ୍ଟର ଧାରା ୬ରେ କୋର୍ଟ ଚାଲାଣ କରିଥିଲା। ମାମଲାର ପୂର୍ଣ୍ଣାଙ୍ଗ ଶୁଣାଣୀ କରି ୧୭ ଜଣ ସାକ୍ଷୀଙ୍କ ବୟାନ ଓ ୧୧ ଟି ଡକ୍ୟୁମେଣ୍ଟ ଆଧାରରେ ଅଭିଯୁକ୍ତକୁ ଦଣ୍ଡିତ କରିଛନ୍ତି ପୋକ୍ସୋ ଅଦାଲତ। ଏହାସହ ପୀଡ଼ିତାକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣର ଦେବା ପାଇଁ ଜିଲ୍ଲା ଆଇନ୍‌ ସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!