ଦାରିଙ୍ଗବାଡ଼ି, (ବାଘୁଆବାର୍ତ୍ତା): ପୋଖରୀରେ ଭାସୁଛି ମହିଳାଙ୍କ ମୃତହେହ । କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ପଞ୍ଚାୟତ ସାମ୍ନା ପୋଖରୀରେ ଜଣେ ମହିଳାଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି । ମୃତକ ଜଣଙ୍କ ସ୍ଥାନୀୟ ଅଞ୍ଚଳର ତପିଶା ପ୍ରଧାନ ବୋଲି ଜଣାପଡିଛି । ତେବେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ଜଣା ପଡିନି । ସ୍ଥାନୀୟ ଲୋକେ ମୃତଦେହ ଦେଖିବା ପରେ ପୋଲିସକୁ ଖବର ଦେଇଛନ୍ତି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କାର୍ୟ୍ୟ ଆରମ୍ଭ କରିଛନ୍ତି।





