Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲଗେଜ ଚେକିଂ ବେଳେ ଯାତ୍ରୀଙ୍କ ବ୍ୟାଗରୁ ବାହାରିଲା ବିଡ଼ା ବିଡ଼ା ଟଙ୍କା

by ସଞ୍ଜୟ ସ୍ୱାଇଁ
June 25, 2022
in Crime, State
ଲଗେଜ ଚେକିଂ ବେଳେ ଯାତ୍ରୀଙ୍କ ବ୍ୟାଗରୁ ବାହାରିଲା ବିଡ଼ା ବିଡ଼ା ଟଙ୍କା
199
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ରେଳ ଷ୍ଟେସନ୍‌ରେ ଲଗେଜ୍ ଚେକିଂ ବେଳେ ଯାତ୍ରୀଙ୍କ ବ୍ୟାଗ୍‌ରୁ ମିଳିଲା ବିଡ଼ା ବିଡ଼ା ଟଙ୍କା । ଜଣେ ଯାତ୍ରୀଙ୍କ ବ୍ୟାଗରୁ ନଗଦ ୨୮ ଲକ୍ଷ ୮୫ ହଜାର ୫ଶହ ଟଙ୍କା ଜବତ କରିଛି ଆରପିଏଫ । ଏପରି ଘଟଣା ପୁରୀ ରେଳଷ୍ଟେସନରେ ଗତକାଲି ଘଟିଛି । ଆରପିଏଫ ପୁଲିସ୍‌ ସମ୍ପୃକ୍ତ ଯୁବକଙ୍କୁ ଥାନାରେ ଅଟକ ରଖି ପଚରାଉଚରା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ସମ୍ପୃକ୍ତ ଯାତ୍ରୀଙ୍କ ନାଁ ଉଦୟ କୁମାର ଓ ଘର ବିଶାଖାପାଟଣାର ନରସିପାଟନମ୍‌ରେ ବୋଲି ଜଣା ପଡ଼ିଛି। ଗତକାଲି ସନ୍ଧ୍ୟାରେ ଉଦୟ କୁମାର ପୁରୀରୁ ବିଶାଖାପାଟଣା ଯାଉଥିଲେ। ଏହି ସମୟରେ ଷ୍ଟେଶନରେ ଆରପିଏଫ ପକ୍ଷରୁ ତାଙ୍କ ଲଗେଜ୍ ସ୍କାନ କରାଯାଇଥିଲା। ସେଥିରେ ବିପୁଳ ପରିମାଣର ଟଙ୍କା ଥିବା ଦେଖି ସନ୍ଦେହ ସୃଷ୍ଟି ହେବାରୁ ଆରପିଏଫ ପୁଲିସ୍‌ ତାଙ୍କୁ ଅଟକ ରଖିଛି। ପୁଲିସ୍‌ର ପଚରାଉଚରା ବେଳେ ଜମି ବିକ୍ରି କରି ଏସବୁ ଟଙ୍କା ଆଣିଥିବା କହିଛନ୍ତି ଉଦୟ କୁମାର । ହେଲେ ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!