Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କମ୍ବିଂ ଅପରେସନ ବେଳେ ବିପୁଳ ପରିମାଣର ନକ୍ସଲ ସାମଗ୍ରୀ ଜବତ

by ସଞ୍ଜୟ ସ୍ୱାଇଁ
June 26, 2022
in Crime, State
କମ୍ବିଂ ଅପରେସନ ବେଳେ ବିପୁଳ ପରିମାଣର ନକ୍ସଲ ସାମଗ୍ରୀ ଜବତ
84
VIEWS
Share on FacebookShare on Twitter

ଭବାନୀପାଟଣା , (ବାଘୁଆବାର୍ତ୍ତା): କମ୍ବିଂ ଅପରେସନ୍ ବେଳେ କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ଥାନା ଅନ୍ତର୍ଗତ ନାପାଡ଼ାଲୁ ଜଙ୍ଗଲରୁ ୪ଟି ଆଇଇଡି, ୪ଟି ଗୁଳି ଓ ବିସ୍ଫୋରକ ସହିତ ବିପୁଳ ପରିମାଣର ନକ୍ସଲ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷାକର୍ମୀ। ଗତ ୨୩ ତାରିଖରେ କମ୍ବିଂ ଅପରେସନ ବେଳେ ଏହି ସବୁ ସାମଗ୍ରୀ ଜବତ ହୋଇଥିବା ବେଳେ ଆଜି କଳାହାଣ୍ଡି ଏସ୍‌ପି ଅଭିଳାଷ ଜି ଏକ ସାମ୍ବାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି। ନାପାଡ଼ାଲୁ ଜଙ୍ଗଲରେ ୩୦ରୁ ଅଧିକ ନକ୍ସଲ କ୍ୟାମ୍ପ କରି ରହିଥିବା ନେଇ କୌଣସି ସୂତ୍ରରୁ ସୂଚନା ମିଳିବା ପରେ କଳାହାଣ୍ଡି ପୁଲିସ୍ ପକ୍ଷରୁ ମିଳିତ ଅପରେସନ୍ କରାଯାଇଥିଲା। ଏସ୍‌ଓଜି, ଡିଭିଏଫ୍ ଓ ସିଆର୍‌ପିଏଫ୍‌ ଯବାନମାନେ ମିଳିତ ଭାବେ କମ୍ବିଂ ଅପରେସନ୍ କରିଥିଲେ। ଏହି ସମୟରେ ନକ୍ସଲଙ୍କ ସହିତ ସେମାନଙ୍କର ମୁହାଁମୁହିଁ ହୋଇଥିଲା। ଉଭୟ ପକ୍ଷ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଗୁଳିବିନିମୟ ଭିତରେ ନକ୍ସଲମାନେ ପଛଘୁଞ୍ଚା ଦେଇଥିଲେ। ସେମାନେ ସେଠାରୁ ଫେରାର ହୋଇଯାଇଥିଲେ। ଏହି ନକ୍ସଲ କ୍ୟାମ୍ପରେ ନିଖିଲ, ଦଶୃ ଓ ମମତା ଭଳି ଟପ୍ ନକ୍ସଲ କ୍ୟାଡର ଉପସ୍ଥିତ ଥିଲେ ବୋଲି କଳାହାଣ୍ଡି ଏସ୍‌ପି ଅଭିଳାଷ ଜି. ସୂଚନା ଦେଇଛନ୍ତି। ନକ୍ସଲମାନେ ଫେରାର ହୋଇଯିବା ପରେ ଯବାନମାନେ କ୍ୟାମ୍ପକୁ ସର୍ଚ୍ଚ କରିଥିଲେ। ସେହି ସମୟରେ ସେଠାରୁ ୪ଟି ଓଋଊ , ୪ଟି ଅଫୁଟା ଗୁଳି, ମାଓ ପୁସ୍ତିକା, ପୋଷ୍ଟର, କିଟ୍ ବ୍ୟାଗ, ଔଷଧ, ସୋଲାର ପ୍ୟାନେଲ ସହ ବହୁ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଥିଲା। ଗତ ୨୨ ତାରିଖରେ ଏମ୍ ରାମପୁର ଥାନା ଅଞ୍ଚଳର ମୁଣ୍ଡାମସ୍କାରେ ମାଓବାଦୀଙ୍କ ସହିତ ସୁରକ୍ଷାକର୍ମୀଙ୍କର ଗୁଳିବିନିମୟ ହୋଇଥଲା। ଏହି ଅପରେସନ୍ ବେଳେ ବି କିଛି ମାଓ ସାମଗ୍ରୀ ଜବତ କରାଯାଇଥିଲା। ଏବେବି ଉକ୍ତ ଅଞ୍ଚଳ ଗୁଡ଼ିକରେ କମ୍ବିଂ ଅପରେସନ୍ ଜାରି ରହିଥିବା କଳାହାଣ୍ଡି ଏସ୍‌ପି ସୂଚନା ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!