Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ଗାଁ ବନ ବିଭାଗର ଚଢ଼ାଉ, ଲକ୍ଷାଧିକ ଟଙ୍କାର କାଠ ଜବତ

by ସଞ୍ଜୟ ସ୍ୱାଇଁ
June 28, 2022
in Crime, State
ଓଡ଼ଗାଁ ବନ ବିଭାଗର ଚଢ଼ାଉ, ଲକ୍ଷାଧିକ ଟଙ୍କାର କାଠ ଜବତ
192
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା): ଓଡ଼ଗାଁ ବନାଞ୍ଚଳ ବାହାଡ଼ଝୋଲା ସେକ୍ସନ ଅନ୍ତର୍ଗତ ବାଲିସିଂଶା ଓ ବେରୁଆଁବାରୀ ଗ୍ରାମରୁ ପ୍ରାୟ ଲକ୍ଷାଧିକ ଟଙ୍କାର ଶାଗୁଆନ ପଟା ଜବତ କରିଛି ବନବିଭାଗ। ବାଲିସିଂଶା ଗ୍ରାମର ମାଧବ ପ୍ରଧାନ ଓ ବେରୁଆଁବାରୀ ଗ୍ରାମର ଶ୍ୟାମ ସାହୁ ଘରେ ବହୁ ପରିମାଣର କାଠ କାଟି ମହଜୁଦ ରଖିଥିବା ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବନାଞ୍ଚଳ ଅଧିକାରୀ ଆଶିଷ କୁମାର କଅଁର,ବନପାଳ ସଂଧ୍ୟାରାଣୀ ନାୟକ ବନରକ୍ଷୀ ଓ ବନସୁରକ୍ଷା ଫୋର୍ସ ସହାୟତାରେ ସକାଳ ୧୦ ଘଟିକା ସମୟରେ ଚଢ଼ାଉ କରିଥିଲେ । ମାଧବଙ୍କ ଘରୁ ୨୦ଖଣ୍ଡ ,ଶ୍ୟାମଙ୍କ ଘରୁ ୧୪ ଖଣ୍ଡ ସମୁଦାୟ ୩୪ ଖଣ୍ଡ ଶାଗୁଆନ ପଟା ଜବତ କରିଛି ବନବିଭାଗ ।ଜବତ ପଟାର ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି ଜଣାପଡିଛି। ଅନ୍ୟପକ୍ଷେ ଉକ୍ତ ଦୁଇ ଜଣ ବ୍ୟକ୍ତିଙ୍କ ବିରୁଦ୍ଧରେ ମାମଲା ରୁଜୁ କରାଯିବା ସହ ତଦନ୍ତ ଚାଲିଥିବା ବନାଞ୍ଚଳ ଅଧିକାରୀ ଆଶିଷ କୁମାର କଅଁର ସୂଚନା ଦେଇଛନ୍ତି।ଏହି ଚଢ଼ାଉ ସମୟରେ ବାହାଡ଼ଝୋଲା ବନପାଳ ସନାତନ ସ୍ୱାଇଁ, ବନସୁରକ୍ଷା ଫୋର୍ସଙ୍କ ସମେତ ପୁଲିସ ସାମିଲ ଥିବା ଜଣାପଡିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!