Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହତାଶିଆ ପ୍ରେମିକର ଲଙ୍କା କାଣ୍ଡ, ଏକତରଫା ପ୍ରେମରେ ବିଫଳ ହୋଇ ଅଙ୍ଗନୱାଡି ଦିଦିଙ୍କୁ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
June 28, 2022
in Crime, State
ହତାଶିଆ ପ୍ରେମିକର ଲଙ୍କା କାଣ୍ଡ, ଏକତରଫା ପ୍ରେମରେ ବିଫଳ ହୋଇ ଅଙ୍ଗନୱାଡି ଦିଦିଙ୍କୁ ଆକ୍ରମଣ
117
VIEWS
Share on FacebookShare on Twitter

ଚଣ୍ଡିଖୋଲ, (ବାଘୁଆବାର୍ତ୍ତା): ଅଙ୍ଗନୱାଡି କର୍ମୀ ଭାବେ କାମ କରୁଥିବା ମହିଳାଙ୍କୁ ଜଣେ ଯୁବକ ଏକତରଫା ପ୍ରେମ କରି ବିଫଳ ହେବା ପରେ ଆଜି ଉକ୍ତ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ କରିଛି । ଅଭିଯୋଗ ମୁତାବକ ଧର୍ମଶାଳା ଥାନା ଚୋରମୁହାଁ ଗ୍ରାମରେ ଅଙ୍ଗନୱାଡ଼ି କେନ୍ଦ୍ରରେ ପିଲାଙ୍କୁ ପାଠ ପଢ଼ାଉଥିବା ଜଣେ ମହିଳାକର୍ମୀଙ୍କୁ ସେହି ଗ୍ରାମର ଜଣେ ଯୁବକ ଏକତରଫା ପ୍ରେମ ନିବେଦନ କରିଥିଲେ । ଏହି ପ୍ରସ୍ତାବକୁ ମହିଳା ଜଣକ ପ୍ରତ୍ୟାଖ୍ୟାନ କରିଥିଲେ ଏବଂ ଏ ସମ୍ପର୍କରେ ଥାନରେ ଅଭିଯୋଗ କରିଥିଲେ । ଅଭିଯୋଗ କ୍ରମେ ପୋଲିସ ଏକ ମାମଲା ରୁଜୁ କରି ସମ୍ପୃକ୍ତ ଯୁବକ ରାକେଶ ଦାସକୁ କିଛି ମାସ ତଳେ ଗିରଫ କରିଥିଲା । ପରେ ସେ ପୁଣି ଗାଁକୁ ଫେରିଥିଲା । ତେବେ ଆଜି ସକାଳେ ମହିଳା କର୍ମୀ ଜଣକ ଅଙ୍ଗନୱାଡି କେନ୍ଦ୍ରକୁ ଯାଉଥିବା ବେଳେ ଅଭିଯୁକ୍ତ ରାକେଶ ଅଚାନକ ଏକ ବାଉଁଶ କିଳାରେ ମହିଳାଙ୍କୁ ଆକ୍ରମଣ କରିଥିଲା । ଫଳରେ ମହିଳା ଜଣକ ଗୁରୁତର ଭାବେ ଆହତ ହୋଇ ତଳେ ପଡିଯାଇଥିଲେ । ପରେ ଗ୍ରାମବାସୀମାନେ ମହିଳାଙ୍କୁ ଉଦ୍ଧାର କରି ଧର୍ମଶାଳା ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ପ୍ରାଥମିକ ଚିକିତ୍ସା ପରେ ମହିଳାଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!