Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜେବି କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା ର ସୁଇସାଇଡ ନୋଟ୍ ଜବତ

by ସଞ୍ଜୟ ସ୍ୱାଇଁ
July 2, 2022
in Crime, State
ବିଜେବି କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା ର ସୁଇସାଇଡ ନୋଟ୍ ଜବତ
1.1k
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାରେ ନୂଆ ମୋଡ଼ ଦେଖିବାକୁ ମିଳିଛି। ରୁଚିକାଙ୍କ ସୁଇସାଇଡ ନୋଟ୍ ଜବତ କରିଛି ପୋଲିସ । ୩ ଜଣ ସିନିୟର ତାଙ୍କୁ ନିର୍ୟାତନା ଦେଉଥିଲେ ବୋଲି ସୁଇସାଇଡ୍ ନୋଟରେ ଉଲ୍ଲେଖ ରହିଛି । ତେବେ ଯେଉଁ ୩ଜଣ ଛାତ୍ରୀଙ୍କ କଥା କହିଛନ୍ତି ସେମାନଙ୍କ ନାଁ ନେଇ ନାହାନ୍ତି ରୁଚିକା । ଏନେଇ ରୁଚିକାଙ୍କ ପରିବାର ଲୋକେ ଥାନାରେ ଏତଲା ଦେଇଛନ୍ତି । ସୁଇସାଇଡ ନୋଟକୁ ଜବତ କରି ପୋଲିସର ତନାଘନା ଆରମ୍ଭ କରିଛି । ଆଜି ଅପରାହ୍ନରେ ବିଜେବି ଛାତ୍ରୀ ନିବାସରୁ ତାଙ୍କ ମୃତଦେହ ଉଦ୍ଧାର ହୋଇଥିଲା । ତେବେ ଆସନ୍ତୁ ଜାଣିବା କ’ଣ ନିଜ ସୁଇସାଇଡ୍ ନୋଟରେ ଲେଖିଛନ୍ତି ରୁଚିକା । ‘ମୁଁ ଜୀବନରେ ବହୁତ ଥକି ଗଲିଣିଟ୍ଟ ମୋ ବାପା ବୋଉ ଏତେ କଷ୍ଟକରି ପାଠ ପଢାଇଲେଟ୍ଟ ମୋ ପାଠପଢା ପାଇଁ ଆମ ଘର ଲୋକଙ୍କ ଚଳିବା କଷ୍ଟଟ୍ଟ ହେଲେ ହଷ୍ଟେଲରେ ମୋତେ ସିନିୟର ବହୁତ ଟର୍ଚର କଲେଟ୍ଟ ୩ ଜଣ ସିନିୟର ମୋତେ ମେଣ୍ଟାଲି କଷ୍ଟ ଦେଲେ, ଆଉ ସହି ପାରିଲିନି, କି ଘରେ ବି କହି ପାରିଲିନି, ମୋତେ ମୋ ବାପା-ବୋଉ ଅଜା-ଆଈ, ମାମୁ-ମାଇଁ, ମଉସା-ମାଉସୀ ସମସ୍ତେ ବହୁତ ଭଲ ପାଆନ୍ତି, ବହୁତ ଆଶା କରିଥିଲେ ମୁଁ କଲେକ୍ଟର ହେବି, ହେଲେ ମୋତେ ସିନିୟର ମେଣ୍ଟାଲି ଡ୍ରିପେସ୍ କଲେ, ବାପା ମାଆ ପଇସା ଖର୍ଚ୍ଚ କରି ମୋତେ ପାଠ ପଢିବାକୁ ଛାଡିଲେ, ହେଲେ ତାଙ୍କ ପଇସାର କିଛି ମୂଲ୍ୟ ନାହିଁ, କାରଣ ସିନିୟର ମୋତେ ବହୁତ ଡ୍ରିପେସ୍ କଲେ, ସମସ୍ତେ ଜାଣିଛନ୍ତି, ଆମ କଲେଜରେ ରାଗିଂ ହୁଏନି, କିନ୍ତୁ ସିନିୟର, ହଷ୍ଟଲରେ ମୋତେ ବଞ୍ଚେଇ ଦେଲେନି, ମୋ ବାପା ବୋଉଙ୍କ ଲୁହରେ ସେମାନ ଭାସି ଯିବେ, ଜମା ଆଗକୁ ବଢି ପାରିବେନି, ମୁଁ ଏ କଥା କାହାକୁ କହି ପାରିଲିନି, କେବଳ ୩ ଜଣ ସିନିୟରଙ୍କ ପାଇଁ ମୁଁ ଜୀବନ ଦେଉଛି, ସେମାନେ କେବଳ ମୋ ଉପରେ ରାଗ ରଖି ମୋତେ ଡ୍ରିପେସ୍ କଲେ, ମୋତେ ପାଠ ବି ପଢେଇ ଦେଲେନି, ମୋ ରୁମ ମେଟ୍ କୁ ବି ଏ କଥା ମୁଁ କହି ପାରିଲିନି, ଶେଷରେ ଜୀବନ ହାରୁଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!