କଟକ, (ବାଘୁଆବାର୍ତ୍ତା): ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ । କଟକ ବୋର୍ଡ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ ଫଳାଫଳ ଘୋଷଣା କରିଛନ୍ତି । ଚଳିତ ବର୍ଷ ପାସ୍ ହାର ୯୦.୫୫% ରହିଥିବା ଜଣାଯାଇଛି। ଏହାର ଏକ ଘଣ୍ଟା ପରେ ଅର୍ଥାତ ଦିନ ଦୁଇଟା ପରେ ପରୀକ୍ଷାର୍ଥୀମାନେ ନିଜ ନିଜର ରେଜଲ୍ଟ ୱେବସାଇଟ୍ରୁ ଜାଣିପାରିବେ । ପରୀକ୍ଷାର୍ଥୀମାନେ WWW.BSEODISHA.AC.IN ଓ ORISSARESULTS.NIC.IN ୱେବସାଇଟ୍ରୁ ରେଜଲ୍ଟ ଜାଣିପାରିବେ । ଏହାଛଡ଼ା ଏସ୍ଏମ୍ଏସ୍ ଜରିଆରେ ବି ପରୀକ୍ଷାର୍ଥୀମାନେ ଫଳାଫଳ ସମ୍ପର୍କରେ ସୂଚନା ପାଇପାରିବେ । ପରିକ୍ଷାର୍ଥୀମାନେ OR (10) ରୋଲ ନମ୍ବର ଲେଖି ୫୬୭୬୭୫୦ ନମ୍ବରକୁ ଏସଏମଏସ୍ କଲେ ନିଜ ରେଜଲ୍ଟ ପାଇପାରିବେ । ଚଳିତ ବର୍ଷ ଏପ୍ରିଲ୍ ୨୮ରୁ ମେ ୭ ଯାଏଁ ମାଟ୍ରିକ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ଏଥର ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ମେ ୨୧ରୁ ରାଜ୍ୟର ୫୮ଟି କେନ୍ଦ୍ରରେ ମୂଲ୍ୟାୟନ କରାଯାଇଥିଲା । ଚଳିତ ବର୍ଷ ନୂଆ ମୂଲ୍ୟାୟନ ପଦ୍ଧତିରେ ଖାତା ଦେଖା ହୋଇଛି। ଇଣ୍ଟରନାଲ୍ ଆସେସମେଣ୍ଟ, ସମେଟିଭ ଆସେସମେଣ୍ଟ ଓ୍ୱାନ୍ ଓ ସମେଟିଭି ଆସେସ୍ମେଣ୍ଟ ଟୁ ର ୱେଟେଜ୍ ଆଧାରରେ ପିଲାଙ୍କୁ ମାର୍କ ଦିଆଯାଇଛି । ୨୦୨୧ରେଜଲ୍ଟ ହାର ଥିଲା ୯୭. ୮୯% । ଗତବର୍ଷ ରେକର୍ଡ ସଂଖ୍ୟକ ଛାତ୍ରଛାତ୍ରୀ ପାସ୍ କରିଥିଲେ। ଗତବର୍ଷ ୫ ଲକ୍ଷ ୭୪ ହଜାର ୧୨୫ ପିଲା ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫ ଲକ୍ଷ ୬୨ ହଜାର ୧୦ ଜଣ ପିଲା ପାସ୍ କରିଥିଲେ । A1ରେ ୨, ୬୫୬, A2ରେ ୨୨ ହଜାର ୧୩୧ ପିଲା ଥିଲେ । B1ରେ ୫୨ ହଜାର ୨୯୯, B2ରେ ୯୪ ହଜାର ୪୭୫ ଜଣ ଥିଲେ । ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ ହାର ଅଧିକ ଥିଲା । ୨ ଲକ୍ଷ ୮୧ ହଜାର ୬୫୮ ଜଣ ଝିଅ ପାସ୍ ହୋଇଥିଲେ । ୨ ଲକ୍ଷ ୮୦ ହଜାର ୩୫୨ ଜଣ ପୁଅ ପାସ୍ ହୋଇଥିଲେ । ୭,୭୦୩ ଛାତ୍ରଛାତ୍ରୀ ଫେଲ୍ ହୋଇଥିଲେ । ଗତବର୍ଷ ଶତ ପ୍ରତିଶତ ରେଜଲ୍ଟ କରିଥିଲେ ୫, ୯୪୫ ସ୍କୁଲ । ଏକ୍ସ ରେଗୁଲାର ପାସ୍ ହାର ୮୮.୩୩ % ଥିଲା । ୨୦୨୦ରେ ପାସ୍ ହାର ଥିଲା ୭୮.୭୬%। ୨୦୧୯ରେ ମାଟ୍ରିକ ପାସ୍ ହାର ଥିଲା ୭୦.୭୮% । ୨୦୮ରେ ମାଟ୍ରିକ ପାସ୍ ହାର ଥିଲା ୭୭.୨୩% ।





