Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଅଙ୍କୁ ପଛରେ ପକାଇଲେ ଝିଅ, ମାଟ୍ରିକ ଫଳାଫଳ

by ସଞ୍ଜୟ ସ୍ୱାଇଁ
July 6, 2022
in Education, State
ପୁଅଙ୍କୁ ପଛରେ ପକାଇଲେ ଝିଅ, ମାଟ୍ରିକ ଫଳାଫଳ
220
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଚଳିତ ବର୍ଷ ମାଟ୍ରିକ ରେଜଲ୍ଟ ଆଜି ପ୍ରକାଶ ପାଇଛି। ଆଉ ପାସ୍ ହାରରେ ପୁଅଙ୍କୁ ପଛରେ ପକାଇ ଦେଇଛନ୍ତି ଝିଅ। ୨, ୬୦, ୯୭୦ ଜଣ ଝିଅ ପାସ୍ କରିଥିବା ବେଳେ ୨, ୫୬, ୮୭୭ ଜଣ ପୁଅ ପାସ କରିଛନ୍ତି। ଅନ୍ୟପକ୍ଷରେ ମୋଟ ପାସ୍ ହାର ୯୦.୫୫% ରହିଛି। ଚଳିତ ବର୍ଷ ୫ ଲକ୍ଷ ୨୬ ହଜାର ୮୧୮ ପିଲା ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୫, ୧୭, ୮୪୭ ପାସ୍‌ କରିଥିବା ବେଳେ ଫେଲ୍ ହୋଇଛନ୍ତି ୮୬୯୯ ଛାତ୍ରଛାତ୍ରୀ । A1ରେ ୮୧୧୯ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। A2ରେ ପାସ୍ କରିଛନ୍ତି ୫୪, ୮୮୯ ପିଲା। ସେହିପରି B1- ୧, ୨୦, ୨୦୩ ପିଲା ପାସ୍‌ କରିଥିବା ବେଳେ B2ରେ ୧, ୪୨, ୨୬୬, Cରେ ୧, ୧୬, ୧୧୧,Dରେ ୫୯, ୨୪୫, Eରେ ୧୪, ୬୪୭ ଓ Fରେ ୭୭୯୦ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ରାଜ୍ୟରେ୧୧୭୦ ସ୍କୁଲର ସମସ୍ତ ପିଲା ପରୀକ୍ଷାରେ ପାସ୍ କରିଛନ୍ତି। ହେଲେ ୩ଟି ସ୍କୁଲରେ କୌଣସି ପିଲା ପାସ୍ କରି ନାହାନ୍ତି। ଅର୍ଥାତ ଶୂନ ରେଜଲ୍ଟ ହୋଇଛି। ସେଥିମଧ୍ୟରେ ମାଲକାନଗିରିର ୨ଟି ଓ ଅନୁଗୁଳର ଗୋଟିଏ ସ୍କୁଲ ଥିବା ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ମାଲକାନଗିରିର ୨ଟି ସ୍କୁଲରେ ମୋଟ ୨ଟି ପିଲା ପଢୁଥିବା ବେଳେ ଅନୁଗୁଳର ଉକ୍ତ ସ୍କୁଲରେ ମଧ୍ୟ ୨ଜଣ ପିଲା ପଢୁଥିଲେ ବୋଲି କହିଛନ୍ତି। ଆଜି ଦିନ ଦୁଇଟା ପରେ ପରୀକ୍ଷାର୍ଥୀମାନେ ନିଜ ନିଜର ରେଜଲ୍ଟ ୱେବସାଇଟ୍‌ରୁ ଜାଣିପାରିବେ । ପରୀକ୍ଷାର୍ଥୀମାନେ WWW.BSEODISHA.AC.IN ଓ ORISSARESULTS.NIC.IN ୱେବସାଇଟ୍‌ରୁ ରେଜଲ୍ଟ ଜାଣିପାରିବେ । ଏହାଛଡ଼ା ଏସ୍ଏମ୍ଏସ୍ ଜରିଆରେ ବି ପରୀକ୍ଷାର୍ଥୀମାନେ ଫଳାଫଳ ସମ୍ପର୍କରେ ସୂଚନା ପାଇପାରିବେ । ପରିକ୍ଷାର୍ଥୀମାନେ OR (10) ରୋଲ ନମ୍ବର ଲେଖି ୫୬୭୬୭୫୦ ନମ୍ବରକୁ ଏସଏମଏସ୍ କଲେ ନିଜ ରେଜଲ୍ଟ ପାଇପାରିବେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!