Monday, April 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

‘ଛାତ୍ରାବାସ ଜୀବନ ମନୁଷ୍ୟକୁ ଶୃଙ୍ଖଳିତ କରେ’

by ସଞ୍ଜୟ ସ୍ୱାଇଁ
February 16, 2020
in Feature News
‘ଛାତ୍ରାବାସ ଜୀବନ ମନୁଷ୍ୟକୁ ଶୃଙ୍ଖଳିତ କରେ’
19
VIEWS
Share on FacebookShare on Twitter

ଯଦୁମଣୀ ଛାତ୍ରାବାସର ୫୫ ତମ ବାର୍ଷିକ ଉତ୍ସବ

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଯଦମଣୀ ଛାତ୍ରାଚାସର ୫୫ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ରବିବାର ସଂନ୍ଧ୍ୟାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ରାବାସ ଜୀବନ ମନୁଷ୍ୟକୁ ଶୃଙ୍ଖଳିତ କରେ ବୋଲି ବକ୍ତବ୍ୟ ଦେଇଥିଲେ । ଏଥିସହିତ ଡ. ସାହୁ ଗୋଟିଏ ଛାତ ତଳେ ଏକାଠି ହୋଇ ରହିବା, ଏକା ସାଙ୍ଗରେ ପାଠ ପଢ଼ିବା, ପରସ୍କରକୁ ସହଯୋଗ କରିବା କେବଳ ଛାତ୍ରାବାସ ଜୀବନରେ ହିଁ ଦେଖା ଯାଇଥାଏ ବୋଲି କହିବା ସହ ମହାବିଦ୍ୟାଳୟର ଛାତ୍ରଛାତ୍ରୀ, ଅବିଭାବକ ଏବଂ ଅଧ୍ୟାପକ ଓ ଅଧ୍ୟାପିକାମାନଙ୍କ ସମନ୍ୱୟ ରହିଲେ ଛାତ୍ରଛାତ୍ରୀମାନଙ୍କ ଶିକ୍ଷାରେ ଅଭିବୃଦ୍ଧି ଘଟିବ ବୋଲି କହିଥିଲେ । ମହାବିଦ୍ୟାଳୟର ଅଧ୍ୟକ୍ଷା ଡ. ମଂଜୁଶ୍ରୀ ପତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ଛାତ୍ରାବାସ ପରିଚାଳକ ଜାନକୀ ନାଥ ଦାଶ, ସହ ପରିଚାଳକ ବିନାୟକ ପ୍ରସାଦ ରାଓ, ସାଧାରଣ ସଂପାଦକ ଶୁଭଦର୍ଶନ ପଣ୍ଡା, ଦିଲ୍ଲୀପ ମହାପାତ୍ର ପ୍ରମୂଖ ଯୋଗ ଦେଇଥିଲେ । ବିଭିନ୍ନ କ୍ଷେତ୍ରରେ କୃତ୍ତିତ୍ୱ ଅର୍ଜ୍ଜନ କରିଥିବା ଛାତ୍ରମାନଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ । ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!