ପୁରୀ, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ଡିଆଇସି ଅଫିସର ସୁପର ଭାଇଜର। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଖଦି ଓ ଗ୍ରାମ୍ୟ ଉଦ୍ୟୋଗ ବିଭାଗର ସୁପର ଭାଇଜର ନାରାୟଣ ପଟ୍ଟନାୟକ ଗିରଫ ହୋଇଛନ୍ତି। ରତ୍ନାକର ସାହୁ ନାମକ ଜଣେ ବ୍ୟକ୍ତିଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ପୁରୀ ଭିଜିଲାନ୍ସ ଟିମ୍ ତାଙ୍କୁ ଗିରଫ କରିଛି।





