Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନିଖୋଜ ଥିଲେ ଯୁବକ, ନାଳରୁ ଉଦ୍ଧାର ହେଲା ମୃତଦେହ

by ସଞ୍ଜୟ ସ୍ୱାଇଁ
July 11, 2022
in Crime, State
ନିଖୋଜ ଥିଲେ ଯୁବକ, ନାଳରୁ ଉଦ୍ଧାର ହେଲା ମୃତଦେହ
64
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ଯାଜପୁର ଜିଲ୍ଲା କୋରାଇ ଥାନା ଗଜେନ୍ଦ୍ରପୁର ଗ୍ରାମ ନିକଟରେ ଥିବା ଏକ ନାଳରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ସ୍ଥାନୀୟ ଅସନଝର ଗ୍ରାମର ପ୍ରଫୁଲ୍ଲ ନାୟକଙ୍କ ପୁଅ ବିଜୁ ନାୟକ ବୋଲି ଜଣାପଡିଛି। ସେ ଗତ ଶନିବାର ଠାରୁ ନିଖୋଜ ଥିଲେ । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ସନ୍ଦେହ କରୁଛନ୍ତି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି । ମିଳିଥିବା ସୂଚନା ମୁତାବକ ଗତ ଶନିବାର ଦିନ ବିଜୁ ସ୍ଥାନୀୟ କନ୍ତୋର ହାଟକୁ ସୌଦା କିଣିବାକୁ ଯାଇଥିଲେ। ହେଲେ ସନ୍ଧ୍ୟାରେ ଆଉ ଘରକୁ ଫେରି ନଥିଲେ। ପରିବାର ପକ୍ଷରୁ ଏନେଇ କୋରାଇ ଥାନାରେ ଲିଖିତ ଅଭିଯୋଗ କରାଯାଇଥିଲା । ତେବେ ୨ ଦିନ ପରେ ଅର୍ଥାତ୍ ଆଜି ସକାଳୁ ସ୍ଥାନୀୟ ଗଜେନ୍ଦ୍ରପୁର ଗ୍ରାମ ନିକଟରେ ଥିବା ନାଳରେ ବିଜୁଙ୍କ ମୃତଦେହ ଭାସୁଥିବା ଗାଁ ଲୋକେ ଦେଖିବାକୁ ପାଇଥିଲେ। ପରେ ଏ ସମ୍ପର୍କରେ ତାଙ୍କ ପରିବାରକୁ ଜଣାଇଥିଲେ। ଏନେଇ ପୋଲିସକୁ ମଧ୍ୟ ଖବର ଦିଆଯାଇଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ଶବ ବ୍ୟବଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ପୋଲିସ ସୂଚନା ଦେଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!