Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୁବେର ସହକାରୀ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

by ସଞ୍ଜୟ ସ୍ୱାଇଁ
July 13, 2022
in Crime, State
କୁବେର ସହକାରୀ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ
67
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ପଡ଼ିଥିବା ପୁରୀ ଜିଲ୍ଲା ନିମାପଡ଼ା ସବ୍‌ଡିଭିଜନର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ଦୁଷ୍ମନ୍ତ ଦେହୁରୀଙ୍କୁ ଗିରଫ କରାଯାଇଛି। ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବୁଧବାର ତାଙ୍କୁ ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ସେ ତାଙ୍କ ଆୟ ଠାରୁ ୩୩୩% ଅଧିକ ସଂପତ୍ତି ଠୁଳ କରିଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି। ମଙ୍ଗଳବାର ଭିଜିଲାନ୍ସ ପକ୍ଷରୁ ଦୁଷ୍ମନ୍ତ ଦେହୁରୀଙ୍କର ୭ଟି ଠିକଣାରେ ଏକକାଳୀନ ଚଢ଼ାଉ କରାଯାଇଥିଲା। ତାଙ୍କର ୩.୫୪ କୋଟି ଟଙ୍କାର ସଂପତ୍ତି ଠାବ କରାଯାଇଛି। ତା’ ମଧ୍ୟରେ ୨୮ଟି ପ୍ଲଟ୍ ରହିଛି। ୨୮ଟି ପ୍ଲଟ୍ ମଧ୍ୟରୁ ୭ଟି ଭୁବନେଶ୍ୱରର ପ୍ରମୁଖ ଅଞ୍ଚଳରେ ଥିବା ବେଳେ ବାକି ୨୧ଟି ଢେଙ୍କାନାଳର ପ୍ରମୁଖ ଅଞ୍ଚଳରେ ରହିଛି। ଏହି ସବୁ ପ୍ଲଟ୍‌ ଗୁଡ଼ିକର ରେଜିଷ୍ଟରଡ୍‌ ସେଲ୍ ଡିଡ୍ ବା ଆର୍‌ଏସ୍‌ଡି ମୂଲ୍ୟ ୧.୪୫ କୋଟି ଟଙ୍କା। ଦୁଷ୍ମନ୍ତ ଦେହୁରୀଙ୍କର ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ଅଞ୍ଚଳରେ ଏକ ତିନି ମହଲା କୋଠା ରହିଛି। ଏହାର ମୂଲ୍ୟ ପାଖାପାଖି ୯୨ ଲକ୍ଷ ଟଙ୍କା ହେବ। ଢେଙ୍କାନାଳ ସହରରେ ତାଙ୍କର ୨ଟି ଏକ ମହଲା ବିଶିଷ୍ଟ କୋଠା ରହିଛି। ଏହି ଘର ଗୁଡ଼ିକର ମୂଲ୍ୟ ୨୦.୭୭ ଲକ୍ଷ ଟଙ୍କାରୁ ଅଧିକ। ଢେଙ୍କାନାଳର ମାତଙ୍ଗ ଥାନା ଅନ୍ତର୍ଗତ ଗୁଣ୍ଡେଇରେ ତାଙ୍କର ଏକ ମହଲା ବିଶିଷ୍ଟ ଗୋଟିଏ ଘର ଅଛି, ଯାହାର ମୂଲ୍ୟ ୧୨ ଲକ୍ଷ ଟଙ୍କାରୁ ଅଧିକ ହେବ। ଭୁବନେଶ୍ୱରର କଳାରାହାଙ୍ଗ ଓ ଆଇଗିଣିଆରେ ତାଙ୍କର ଦୁଇଟି ଆଉଟ୍‌ହାଉସ୍ ରହିଛି। ଏଗୁଡ଼ିକର ମୂଲ୍ୟ ୧୨.୩୪ ଲକ୍ଷ ଟଙ୍କା ହେବ। ସେହିଭଳି ତାଙ୍କର ୪୭.୬୫ ଲକ୍ଷରୁ ଅଧିକ ଟଙ୍କାର ବ୍ୟାଙ୍କ ଓ ଇନ୍‌ସ୍ୟୁରାନ୍ସ ଜମା ରହିଛି। ସହକାରୀ ଯନ୍ତ୍ରୀ ଦୁଷ୍ମନ୍ତ ଦେହୁରୀଙ୍କ ଠାରୁ ନଗଦ ୧ ଲକ୍ଷ ୬୨ ହଜାର ୮୦୦ ଟଙ୍କା ଜବତ କରାଯାଇଛି। ଏହା ବାଦ୍ ତାଙ୍କର ଗୋଟିଏ ୪ ଚକିଆ ଯାନ ଅଛି, ଯାହାର ମୂଲ୍ୟ ୧୧ ଲକ୍ଷ ଟଙ୍କା। ଦୁଇଟି ଦୁଇ ଚକିଆ ଯାନ, ସୁନା ଅଳଙ୍କାର ଓ ଅନ୍ୟାନ୍ୟ ଗୃହୋପକରଣର ମୂଲ୍ୟ ୧୨.୮ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଭିଜିଲାନ୍ସ ପକ୍ଷରୁ କୁହାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!