Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜେଡି ବିଧାୟକଙ୍କ ବିରୋଧରେ ସେକ୍ସ ରାକେଟ ଅଭିଯୋଗ

by ସଞ୍ଜୟ ସ୍ୱାଇଁ
July 14, 2022
in Crime, State
ବିଜେଡି ବିଧାୟକଙ୍କ ବିରୋଧରେ ସେକ୍ସ ରାକେଟ ଅଭିଯୋଗ
45
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବଢ଼ିଲା ତିର୍ତ୍ତୋଲ ବିଧାୟକଙ୍କ ଅଡ଼ୁଆ। ବିଧାୟକ ବିଜୟ ଶଙ୍କର ଦାସଙ୍କ ବିରୋଧରେ ତାଙ୍କ ବାନ୍ଧବୀ ସେକ୍ସ ରାକେଟ୍ କାରବାର ଚଳାଉଥିବା ଅଭିଯୋଗ ଆଣିଥିବା ବେଳେ ଏହା ସମଗ୍ର ରାଜ୍ୟରେ ହଇଚଇ ସୃଷ୍ଟି କରିଛି। ଏହା ଏକ ସମ୍ବେଦନଶୀଳ ଘଟଣା ହୋଇଥିବାରୁ କ୍ରାଇମବ୍ରାଞ୍ଚ ଦ୍ୱାରା ଏହାର ତଦନ୍ତ ପାଇଁ ଚିଠି ଲେଖିଛନ୍ତି ଜଗତସିଂହପୁର ଏସ୍‌ପି । ବିଧାୟକ ବିଜୟଶଙ୍କର ସେକ୍ସ ରାକେଟ ଚଳାଇଛନ୍ତି ବୋଲି ଗତ ମାସ ତାଙ୍କ ବାନ୍ଧବୀ ସୋମାଲିକା ଦାସ ଅଭିଯୋଗ କରିଥିଲେ । ଏହି ରାକେଟରେ ସେ ନିରୀହ ଯୁବତୀଙ୍କୁ ନିୟୋଜିତ କରୁଥିବା ପରି ସାଂଘାତିକ ଅଭିଯୋଗ କରିଥିଲେ ତାଙ୍କ ବାନ୍ଧବୀ ସୋମାଲିକା । ପୁଲିସ୍‌ ଏହାକୁ ଗମ୍ଭୀରତାର ସହ ନେଇ ଏହାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ଚିଠି ଲେଖିଛି। ଅଭିଯୋଗଟି ଜଣେ ବିଧାୟକଙ୍କ ବିରୋଧରେ ଥିବାରୁ ନିରପେକ୍ଷ ତଦନ୍ତ ପାଇଁ ଜୁଲାଇ ୭ରେ ଜଗତସିଂହପୁର ଏସ୍‌ପି ଏଡିଜି କ୍ରାଇମବ୍ରାଞ୍ଚଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି । ବିଜୟଶଙ୍କର ଜଣେ ବିଧାୟକ ହୋଇଥିବାରୁ ଏ ମାମଲାର ତଦନ୍ତ କ୍ରାଇମବ୍ରାଞ୍ଚ ଦ୍ୱାରା କରିବାକୁ ଅଭିଯୋଗକାରିଣୀ ଦାବି କରିଥିଲେ ବୋଲି ଜଗତସିଂହପୁର ଏସ୍‌ପି ନିଜ ପତ୍ରରେ ଉଲ୍ଲେଖ କରିଛନ୍ତି । ପ୍ରଥମେ ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଓ ତାଙ୍କ ପ୍ରେମିକା ସୋମାଲିକା ଦାସଙ୍କ ଫଟୋ ସୋଶାଲ ମିଡିଆରେ ଭାଇରାଲ ହେବା ପରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ପରେ ଆପୋଷ ଆଲୋଚନା ମଧ୍ୟରେ ଉଭୟ କୋର୍ଟ ମ୍ୟାରେଜ ପାଇଁ ସହମତି ପ୍ରକାଶ କରିଥିଲେ। ଏହାପରେ ଉଭୟ ସୋମାଲିକା ଓ ବିଜୟ ବିବାହ ପାଇଁ ସବ୍‌ରେଜିଷ୍ଟ୍ରାର ଅଫିସ୍‌ରେ ଆବେଦନ କରିଥିଲେ। ଜୁନ ୧୭ ତାରିଖରେ ସୋମାଲିକା ସବ୍‌ରେଜିଷ୍ଟ୍ରାର ଅଫିସ୍‌ରେ ପହଞ୍ଚି ବିଜୟଙ୍କୁ ଅପେକ୍ଷା କରିଥିଲେ ବି ବିଜୟ ପହଞ୍ଚି ନ ଥିଲେ। ଏହି ଘଟଣା ପରେ ତାଙ୍କୁ ବିଜୟଶଙ୍କର ଧୋକା ଦେଇଥିବା ଅଭିଯୋଗ କରିଥିଲେ ସୋମାଲିକା । ପରେ ସେ ସେକ୍ସ ରାକେଟ ଚଳାଉଥିବା ପରି ସଙ୍ଗୀନ ଅଭିଯୋଗ ଆଣିଥିଲେ। ଘଟଣାର ସମ୍ବେଦନଶୀଳତାକୁ ନଜରରେ ରଖି ଏହାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ସୁପାରିସ କରିଛନ୍ତି ଜଗତସିଂହପୁର ଏସ୍‌ପି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!