ଆନନ୍ଦପୁର, (ବାଘୁଆବାର୍ତ୍ତା): ରାମଚନ୍ଦ୍ରପୁର ଥାନା ଖଲଣା ଗାଁରେ ଅଭାବନୀୟ ଘଟଣା । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଧାରୁଆ ଅସ୍ତ୍ରରେ ଆକ୍ରମଣ କରିବା ସହିତ ଗୁଳିମାଡ଼ ହୋଇଥିବା ଜଣାପଡ଼ିଛି । ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକ ଖଲଣା ଗାଁର ସୁନନ୍ଦ ସେଠି । ଏପରି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି ।





