Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜିଠୁ କଳିଙ୍ଗ ଷ୍ଟାଡିୟମରେ ଜାତୀୟ ଜୁନିୟର ଆକ୍ୱାଟିକ ଚାମ୍ପିଅନସିପ୍‌

by ସଞ୍ଜୟ ସ୍ୱାଇଁ
July 16, 2022
in Sports, State
ଆଜିଠୁ କଳିଙ୍ଗ ଷ୍ଟାଡିୟମରେ ଜାତୀୟ ଜୁନିୟର ଆକ୍ୱାଟିକ ଚାମ୍ପିଅନସିପ୍‌
26
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): କଳିଙ୍ଗ ଷ୍ଟାଡିୟମ ବିଜୁ ପଟ୍ଟନାୟକ ସୁଇମିଂ ପୁଲରେ ଶନିବାରଠୁ ଆରମ୍ଭ ହେବାକୁ ଯାଉଛି ୪୮ତମ ଜାତୀୟ ଜୁନିୟର ଆକ୍ୱାଟିକ୍‌ ଚାମ୍ପିଅନସିପ୍‌ । ଓଡ଼ିଶା ରାଜ୍ୟ ସନ୍ତରଣ ସଂଘ ଏବଂ ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆୟୋଜନରେ ଏହି ଚାମ୍ପିଅନସିପ୍‌ ଆୟୋଜିତ ହେବ । ଏହି ୫ଦିନିଆ ପ୍ରତିଯାଗିତା ପାଇଁ କ୍ରୀଡ଼ା ବିଭାଗ ପକ୍ଷରୁ ସମସ୍ତ ବନ୍ଦୋବସ୍ତ କରାଯାଇଛି । ଖେଳାଳି ଓ ଅଫିସିଆଲମାନଙ୍କ ରହିବା, ଖାଦ୍ୟପେୟ ଓ ପ୍ରତିଯୋଗିତାର ସୁପରିଚାଳନା ଲାଗି ପଦକ୍ଷେପ ଗ୍ରହଣ କରାଯାଇଛି । ପ୍ରତିଯାଗିତାରେ ୩୦ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଂଚଳରୁ ମୋଟ ୮୫୩ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରୁଛନ୍ତି । ସେମାନଙ୍କ ମଧ୍ୟରୁ ସନ୍ତରଣରେ ୫୨୮ ଜଣ ରହିଛନ୍ତି । ଏଥିରେ ୨୭୪ ବାଳକ ଓ ୨୫୪ ଜଣ ବାଳିକା ସାମିଲ ଅଛନ୍ତି । ସେମିତି ୱାଟରପୋଲୋରେ ମୋଟ୍‌ ୩୨୫ ଜଣରୁ ୧୨୦ ବାଳକ ଓ ୧୦୫ ବାଳିକା ରହିଛନ୍ତି । ଚାମ୍ପିଅନସିପ୍‌କୁ ପରିଚାଳନା କରିବା ପାଇଁ ୭୫ ଜଣ ବୈଷୟିକ ଅଧିକାରୀ ଏବଂ ୫୦ ଜଣ ସହଯୋଗୀ ଷ୍ଟାଫ୍‌ ନିୟୋଜିତ ହେବେ । ଶନିବାର ପୂର୍ବାହ୍ନରୁ ପ୍ରତିଯାଗିତା ଆରମ୍ଭ ହେବାକୁ ଥିବାବେଳେ ଅପରାହ୍ଣରେ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀଙ୍କ ଉପସ୍ଥିତିରେ ଏହି ପ୍ରତିଯୋଗିତାର ଉଦ୍‌ଘାଟନ ଉତ୍ସବ ଅନୁଷ୍ଠିତ ହେବ । ପ୍ରତିଯୋଗୀ ମାନଙ୍କୁ ଉତ୍ସାହିତ କରିବା ପାଇଁ ଚାମ୍ପିଅନସିପ୍‌ ଅବସରରେ କଳାହାଣ୍ଡିରୁ ଆସିଥିବା କଳାକାରଙ୍କ ଦ୍ୱାରା ଘୁମୁରା ନୃତ୍ୟ ପରିବେଷଣ କରାଯିବ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!