ନୟାଗଡ଼,(ବାଘୁଆବାର୍ତ୍ତା): ସଂସ୍କୃତି ଓ କଳା ପରିଷଦ ଶାଖାର ବାର୍ଷିକ ଉତ୍ସବ ଶରଣକୂଳ ନିକଟସ୍ଥ ଚଢ଼େୟାପଲ୍ଲୀଠାରେ ଅନୁଷ୍ଠିତ ହୋଇଯାଇଛି । ରଣପୁର ବିଧାୟକ ତଥା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ସତ୍ୟ ନାରାୟଣ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ମୁଖ୍ୟବକ୍ତା ଭାବେ ଭାବେ ପର୍ଯ୍ୟଟନ ଓ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ସମ୍ମାନିତ ଅତିଥି ଭାବେ ଚୈାଦାର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ ଯୋଗ ଦେଇଥିଲେ । କଳା ପରିଷଦର ରାଜ୍ୟ ସଭାପତି ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଅତିଥି ମାନେ ନୟାଗଡ଼ ମାଟି କଳା, ସାହିତ୍ୟ ଓ ସଂସ୍କୃତିର ମାଟି ବୋଲି ବକ୍ତବ୍ୟରେ କହିଥିଲେ ।






