ଫୁଲବାଣୀ, (ବାଘୁଆବାର୍ତ୍ତା): କନ୍ଧମାଳ ଜିଲ୍ଲା ଗୋଛାପଡା ପୋଲିସକୁ ମିଳିଛି ବଡ଼ ସଫଳତା । ଗୋଛାପଡା ଥାନା ଅଧିକାରୀ ରଂଜିତ କୁମାର ମୁନିଙ୍କ ନେତୃତ୍ବରେ ପୋଲିସ ଟିମ୍ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଏକ ଅଟୋ ଓ ଦୁଇଟି ବାଇକ୍ ସହ ୭୦ କେଜି ଗଞ୍ଜେଇ ଜବତ କରିଛି । ଏଥିରେ ସମ୍ପୃକ୍ତ ଥିବା ୨ ଗଞ୍ଜେଇ ମାଫିଆକୁ ମଧ୍ୟ ପୋଲିସ ଗିରଫ କରିବାରେ ସଫଳ ହୋଇଛି । ଗିରଫ ଅଭିଯୁକ୍ତମାନେ ହେଲେ ବରଗଡ଼ ଜିଲ୍ଲା ଅତାବିରା ଥାନା କାଦୁଅବାହଲ ଗ୍ରାମର ନଜିର ଅହମ୍ମଦ ଓ ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ଖମାର ଗାଁର ରୋହିତ ଦୀପ । ଏହି ଦୁଇ ଜଣ ଗଞ୍ଜେଇ ମାଫିଆ ଦୀର୍ଘ ଦିନ ହେଲା ସମ୍ପୃକ୍ତ ଅଞ୍ଚଳରୁ ଗଞ୍ଜେଇ ଚୋରା ଚାଲାଣ କରି ଆସୁଥିଲେ । ଫଳରେ ପୋଲିସ ଏମାନଙ୍କ ଉପରେ ସତର୍କ ଦୃଷ୍ଟି ରଖିଥିଲା । ସେମାନଙ୍କୁ ଗିରଫ କରିବାରେ ସଫଳ ହୋଇଛି ।





