Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ପୁଣି ଉପରମୁହାଁ କରୋନା, ନୟାଗଡ଼ରେ ବୃଦ୍ଧି ପାଇଛି

by ସଞ୍ଜୟ ସ୍ୱାଇଁ
July 21, 2022
in Health, Nayagarh, State
ରାଜ୍ୟରେ ୧୧,୬୦୭ ଜଣ କରୋନା ପଜିଟିଭ୍ ଚିହ୍ନଟ, ନୟାଗଡ଼ରୁ ୨୦୬
160
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଲୋକେ ଯେତେ ଅମାନିଆ ହେଉଛନ୍ତି, କରୋନା ସେତେ ମାତ୍ରାରେ କାୟା ବିସ୍ତାର କରୁଛି । ଭୂତାଣୁ ଘରକୁ ଘର ମାଡ଼ିଲାଣି । ରାଜ୍ୟରେ କରୋନାକୁ ପ୍ରତିହତ କରିବାକୁ ହେଲେ ଟେଷ୍ଟିଂ ଓ ଟ୍ରାକିଂ ଉପରେ ଗୁରୁତ୍ୱ ଦେବାକୁ ପଡ଼ିବ । ତେଣୁ ରାଜ୍ୟ ସରକାର ଏବେ ଟେଷ୍ଟିଂ ସଂଖ୍ୟାକୁ ବୃଦ୍ଧି କରିଛନ୍ତି । ଫଳରେ ଅଧିକ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ୨ ଦିନ ରାଜ୍ୟରେ ସଂକ୍ରମଣ ହଜାରେ ତଳେ ରହିଥିବା ବେଳେ ବୁଧବାରଠୁ ସଂକ୍ରମଣ ହଜାର ଟପିଛି। ଆଜି ୧୧୯୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୯୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୯୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୯ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୦୩୧୯୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ୨୮ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୩୧୨ ଜଣ,ସୁନ୍ଦରଗଡ଼ରୁ ୧୭୪ ଜଣ, କଟକରୁ ୧୦୯ ଜଣ, ମୟୂରଭଞ୍ଜରୁ ୧୦୨ ଜଣ, ସମ୍ବଲପୁରରୁ ୭୦ ଜଣ, ସୋନପୁରରୁ ୫୦ ଜଣ, ନୟାଗଡ଼ରୁ ୩୬ ଜଣ, ଝାରସୁଗୁଡ଼ାରୁ ୩୩ ଜଣ,ଯାଜପୁରରୁ ୨୮ ଜଣ, ପୁରୀରୁ ୨୭ ଜଣ, ବାଲେଶ୍ବର ଓ ରାୟଗଡ଼ା ଜିଲ୍ଲାରୁ ୧୯ ଜଣ ଲେଖାଁଏ, ବୌଦ୍ଧରୁ ୧୬ ଜଣ, ବଲାଙ୍ଗୀର ଓ ଜଗତସିଂହପୁର ଜିଲ୍ଲାରୁ ୧୫ ଜଣ ଲେଖାଁଏ, କେନ୍ଦୁଝରରୁ ୧୪ ଜଣ, ବରଗଡ଼, ଭଦ୍ରକ ଓ ନବରଙ୍ଗପୁର ଜିଲ୍ଲାରୁ ୧୨ ଜଣ ଲେଖାଁଏ, କେନ୍ଦ୍ରାପଡ଼ାରୁ ୧୧ ଜଣ, କୋରାପୁଟରୁ ୯ ଜଣ, ଗଜପତି ଓ କଳାହାଣ୍ଡି ଜିଲ୍ଲାରୁ ୬ ଜଣ ଲେଖାଁଏ, କନ୍ଧମାଳରୁ ୫ ଜଣ, ଅନୁଗୁଳରୁ ୪ ଜଣ, ଦେବଗଡ଼ ଓ ଢ଼େଙ୍କାନାଳ ଜିଲ୍ଲାରୁ ୩ ଜଣ ଲେଖାଁଏ, ଗଞ୍ଜାମରୁ ୨ ଜଣ ଏବଂ ଷ୍ଟେଟ୍ ପୁଲ୍‌ରୁ ୭୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୦୩୧୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦୯୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୬୯୧୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୪୩୩୯୨୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!