Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନବମ ଶ୍ରେଣୀ ଛାତ୍ରୀ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ୯ ଜଣଙ୍କୁ ଗିରଫ

by ସଞ୍ଜୟ ସ୍ୱାଇଁ
July 24, 2022
in Crime, State
ନବମ ଶ୍ରେଣୀ ଛାତ୍ରୀ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ୯ ଜଣଙ୍କୁ ଗିରଫ
89
VIEWS
Share on FacebookShare on Twitter

କନ୍ଧମାଳ, (ବାଘୁଆବାର୍ତ୍ତା): ବହୁ ଚର୍ଚ୍ଚିତ ନବମ ଶ୍ରେଣୀ ଛାତ୍ରୀ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଫୁଲବାଣୀ ସଦର ଥାନା ପୋଲିସ ଶନିବାର ୯ ଜଣଙ୍କୁ ଗିରଫ କରିଛି । ସେମାନେ ହେଲେ ଡକାଙ୍ଗିର ରାଜେନ୍ଦ୍ର ମଲ୍ଲିକ, ଟୁକୁନା ମଲ୍ଲିକ, ଲମ୍ବଦର ମଲ୍ଲିକ, ଅନିଲ ମଲ୍ଲିକ, ବତି ବେହେରା, ସୁକୁରୁ ମଲ୍ଲିକ, ସୁମନ ମଲ୍ଲିକ, ସାନନ୍ଦ ମଲ୍ଲିକ ଏବଂ ବିଶ୍ୱନାଥ ମଲ୍ଲିକ । ଏହା ପୁର୍ବରୁ ଅନ୍ୟ ଜଣକୁ ସଦର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲା । ତେବେ ନବମ ଶ୍ରେଣୀ ଛାତ୍ରୀ ଦୁଷ୍କର୍ମ ଓ ହତ୍ୟା ଘଟଣା ପୂର୍ବରୁ ନାବାଳିକାକୁ ମାଡ଼ ମାରି ଲହୁ ଲୁହାଣ କରାଯିବା ଭିଡ଼ିଓ ମଧ୍ୟ ଭାଇରାଲ ହୋଇଥିଲା । ଏହାକୁ ନେଇ ଜିଲ୍ଲାରେ କଂଗ୍ରେସ, କୁଇ ସମାଜ ଏବଂ ଏବିଭିପି ପକ୍ଷରୁ ଏସ୍‌ପିଙ୍କୁ ଭେଟି ଘଟଣାରେ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିବା ପାଇଁ ଦାବି କରାଯାଇଥିଲା । ଗତ ୨୧ ତାରିଖରେ ଏବିଭିପି ପକ୍ଷରୁ ଏକ ବିଶାଳ ରାଲି ଏବଂ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ତୁରନ୍ତ ଅଭିଯୁକ୍ତମାନଙ୍କୁ ଗିରଫ ନ କଲେ ରାଜ୍ୟରେ ଆନ୍ଦୋଳନ କରାଯିବ ବୋଲି ଏବିଭିପି ଚେତାବନୀ ଦେଇଥିଲା । ଜିଲ୍ଲା କଂଗ୍ରେସ ଏକ ପ୍ରତିନିଧିଦଳ ଏସପିଙ୍କୁ ଭେଟି ଏହାର ସଠିକ ତଦନ୍ତ କରାଯିବା ସହ ଅଭିଯୁକ୍ତମାନଙ୍କୁ ଗିରଫ କରିବାକୁ ଦାବି କରିଥିଲେ । ଏହା ସହିତ କଂଗ୍ରେସର ମୋହନକ୍ଷ ବିଧାୟକ ତଥା କନ୍ଧମାଳ ଜିଲା ପ୍ରଭାରୀ ଦାଶରଥି ଗୋମାଙ୍ଗ ଏ ନେଇ ବିଧାନସଭାରେ ପ୍ରଶ୍ନ ଉଠାଇବା ସହିତ ତୁରନ୍‌ତ ନାବାଳିକା ପରିବାକୁ ନ୍ୟାୟ ଦେବା ପାଇଁ ଦାବି କରିଥିଲେ । ତେବେ ଏହି ଘଟଣାରେ ଜଣେ ବରିଷ୍ଠ ପୋଲିସ ଅଧିକାରୀ ତଦନ୍ତ କରି ସମ୍ପୃକ୍ତ ଅଭି ଯୁକ୍ତ ମାନଙ୍କୁ ଗିରଫ କରିଛନ୍ତି । ସୁଚନାଯୋଗ୍ୟ, ଗଉଡପଡା ଗ୍ରାମର ଜଣେ ୧୪ ବର୍ଷ ଝିଅ ଦୂତିପଡା ଲେମ୍ବୁ ବଗିଚା ହାଇସ୍କୁଲ ହଷ୍ଟେଲରେ ରହି ନବମ ଶ୍ରେଣୀରେ ପାଠ ପଢୁଥିଲେ । ସ୍କୁଲ ଛୁଟି ହେବାରୁ ସେ ତାଙ୍କ ମାଆଙ୍କ ସାଙ୍ଗରେ ଘରକୁ ଆସିଥିଲେ । ଘରେ କିଛି ଦିନ ରହିବା ପରେ ସେ ଡକାଙ୍ଗିରେ ଥିବା ସାଙ୍ଗ ଘରକୁ ଯାଇଥିଲେ । କିନ୍ତୁ ସେଠାରୁ ଆଉ ଘରକୁ ଫେରି ନ ଥିଲେ । ଦୁଇଦିନ ପରେ ଆଇଟିଆଇ ପାଖ ନିକଟସ୍ଥ ଏକ ଆମ୍ବ ଗଛରେ ତାଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା । ତାଙ୍କୁ ଦୁଷ୍କର୍ମ କରିବା ପରେ ହତ୍ୟା କରାଯାଇ ଥିବା ନେଇ ପରିବାର ଲୋକେ ସଦର ଥାନାରେ ଏତଲା ଦେଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!