Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଅଧିକ୍ଷକଙ୍କ ଅବସର

by ସଞ୍ଜୟ ସ୍ୱାଇଁ
February 29, 2020
in Feature News
ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଅଧିକ୍ଷକଙ୍କ ଅବସର
16
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅଧିକ୍ଷକ ପ୍ରଣବ କିଶୋର ନାୟକ ଅବସର ଗ୍ରହଣ କରିଛନ୍ତି । ଏହି ଉପଲକ୍ଷେ ଜିଲ୍ଲାପାଳଙ୍କ ସଦ୍‌ଭାବନା ଗୃହରେ ଏକ ଅବସର କାଳୀନ ସଭା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ଜିଲ୍ଲାପାଳ ଡ. ପୋମା ଟୁଡୁ, ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ଉପଜିଲ୍ଲାପାଳ ଲଗ୍ନଜିତ ରାଉତ, ପ୍ରତିଷ୍ଠା ବିଭାଗ ଅଧିକାରୀ ଅଶୋକ କୁମାର ପଟ୍ଟନାୟକ ପ୍ରମୂଖ ଯୋଗ ଦେଇ ପ୍ରଣବଙ୍କ କାର୍ଯ୍ୟ ଦକ୍ଷତାକୁ ପ୍ରଶଂସା କରିବା ସହିତ ଜଣେ ନିର୍ଭିକ ଓ ସଚ୍ଚୋଟ କର୍ମଚାରୀ ବୋଲି ମତ ଦେଇଥିଲେ । ଶ୍ରୀ ନାୟକ ୧୯୮୫ ମସିହାରୁ ପ୍ରଥମେ ଦଶପଲ୍ଲାରୁ ତାଙ୍କ ଚାକିରୀ ଜୀବନ ଆରମ୍ଭ କରି କେନ୍ଦ୍ରାପଡ଼ା ଜିଲ୍ଲାରେ କାର୍ଯ୍ୟ କରିଛନ୍ତି । ୨୦୧୪ ମସିହାରେ ଓଆରଏସ ପାଇ ବାଲେଶ୍ୱର ନୀଳଗିରିଠାରେ ସହକାରୀ ଜିଲ୍ଲାପାଳ ଭାବେ କାର୍ଯ୍ୟ କରିଥିଲେ । ପରମୂହୂର୍ତ୍ତରେ ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅଧିକ୍ଷକ ଭାବେ କାର୍ଯ୍ୟ କରି ଅବସର ଗ୍ରହଣ କରିଥିବା ଜଣାପଡ଼ିଛି । ଏହି ସଭାରେ ଜିଲ୍ଲାପାଳ କାର୍ଯ୍ୟାଳୟର ବିଭାଗୀୟ ଅଧିକାରୀ ଏବଂ କର୍ମଚାରୀମାନେ ଉପସ୍ଥିତ ଥିଲେ ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!