Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ପଞ୍ଝାରେ ଜିଲ୍ଲା ଶିକ୍ଷା ଅଧିକାରୀ

by ସଞ୍ଜୟ ସ୍ୱାଇଁ
July 27, 2022
in Crime, State
ଭିଜିଲାନ୍ସ ପଞ୍ଝାରେ ଜିଲ୍ଲା ଶିକ୍ଷା ଅଧିକାରୀ
149
VIEWS
Share on FacebookShare on Twitter

କେନ୍ଦ୍ରାପଡା, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ପଡିଲେ କେନ୍ଦ୍ରାପଡା ଜିଲ୍ଲା ଶିକ୍ଷା ଅଧିକାରୀ ସଞ୍ଜୀବ ସିଂହ । ବଦଳି କରାଇଦେବା ପାଇଁ ଶିକ୍ଷା ବିଭାଗର ଜଣେ ପିଅନଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କେନ୍ଦ୍ରାପଡା ଭିଜିଲାନ୍ସ ତାଙ୍କୁ ଲାଞ୍ଚ ଟଙ୍କା ସହ ଧରିଛି । ତେବେ ତିନିମୁହାଣି ଛକ ଏନଏଚ କଲୋନୀ ସ୍ଥିତ ଭଡା ଘରେ ଡିଇଓ ଲାଞ୍ଚ ଟଙ୍କା ଗ୍ରହଣ କରୁଥିଲେ । ସବୁଠାରୁ ବଡ଼ କଥା ହେଲା ଆଉ ମାତ୍ର ୩ ଦିନ ପରେ ଜିଲ୍ଲା ଶିକ୍ଷା ଅଧିକାରୀ ସଞ୍ଜୀବ ସିଂହ ଅବସର ନେଇଥାଆନ୍ତେ । ସୂଚନାଯୋଗ୍ୟ ଯେ, କେନ୍ଦ୍ରାପଡା ପଟ୍ଟମୁଣ୍ଡାଇ ନିମପୁର ସ୍କୁଲର ପିଅନ ସନ୍ତୋଷ କୁଣ୍ଡୁଙ୍କୁ ଡେରାବିଶ ବ୍ଲକ୍ ଶିକ୍ଷା ଅଧିକାରୀଙ୍କ କାର୍ୟ୍ୟାଳୟକୁ ବଦଳି କରିଦେବା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ସଞ୍ଜୀବ ସିଂହ ଲାଞ୍ଚ ନେଉଥିଲେ । ଲାଞ୍ଚ ଟଙ୍କା ସହ ଧରାପଡିବା ପରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଭଡା ଘର ସମେତ କଟକ ସ୍ଥିତ ଘର, ବାଲେଶ୍ବର ସ୍ଥିତ ପୈତୃକ ଘରେ ଏକକାଳୀନ ଭିଜିଲାନ୍ସ ଚଢାଉ କରୁଥିବା ଜଣାପଡିଛି । ଘରୁ ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ କରି ଛାନଭିନ୍ ଜାରି ରଖିଛି ଭିଜିଲାନ୍ସ ଟିମ୍ । ଶିକ୍ଷା ଅଧିକାରୀ ସଂଜୀବ ସିଂହଙ୍କ ନାମରେ ବିଭିନ୍ନ ସମୟରେ ଲାଞ୍ଚ ନେବା, ତଦନ୍ତକୁ ଚପେଇ ଦେବା ଏବଂ ବଦଳି କରିଦେବା, ବିଲ୍ କରିଦେବା ପାଇଁ ଲାଞ୍ଚ ନେଉଥିବା ଅଭିଯୋଗ ହୋଇ ଆସୁଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!