Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଥାନା ପରିସରରେ ବିଷ ପିଇଥିବା ମହିଳାଙ୍କ ମୃତ

by ସଞ୍ଜୟ ସ୍ୱାଇଁ
July 30, 2022
in Crime, State
ଘରୋଇ କଳହକୁ ନେଇ ବିଷ ପିଇଦେଲେ ପୁଅବୋହୂ, ଏହା ସହି ନ ପାରି ମା’ ବି ବାଛିଲେ ସମାନ ବାଟ, ୩ ଜଣଙ୍କ ଅବସ୍ଥା ଗୁରୁତର
42
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ଗତକାଲି ଗଞ୍ଜାମ ଜିଲ୍ଲା ଗୋପାଳପୁର ଥାନା ପରିସରରେ ବିଷ ପିଇଥିବା ମହିଳା ଆଜି ଆଖି ବୁଜିଛନ୍ତି। ବ୍ରହ୍ମପୁର ଏମ୍‌କେସିଜି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଥିବା ମହିଳାଜଣକ ଆଜି ପ୍ରାଣ ହରାଇଛନ୍ତି । ମୃତ ମହିଳାଙ୍କ ନାଁ ଟିକିନା ଦାସ । ତାଙ୍କ ଘର ଗୋପାଳପୁର ଥାନା ମାଣ୍ଡିଆପଲ୍ଲୀ ଜ୍ୟୋତିନଗରରେ ବୋଲି ଜଣାପଡ଼ିଛି । ପାରିବାରିକ କଳହକୁ ନେଇ ଅତିଷ୍ଠ ହୋଇପଡ଼ିଥିବା ମହିଳାଜଣକ ଗତକାଲି ଗୋପାଳପୁର ଥାନା ଆସିଥିଲେ । ମାତ୍ର ଅଭିଯୋଗ କରିବା ପୂର୍ବରୁ ହିଁ ଥାନା ପରିସରରେ ସେ ବିଷ ପିଇ ଦେଇଥିଲେ । ଗତକାଲି ଗୁରୁତର ଅବସ୍ଥାରେ ତାଙ୍କୁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ବେଳେ ଆଜି ତାଙ୍କ ମୃତ୍ୟୁ ହୋଇଛି। ପାରିବାରିକ ସମସ୍ୟା ସହ ଘରର ଆର୍ଥିକ ସ୍ଥିତି ଭଲ ନ ଥିବାରୁ ମହିଳାଜଣକ ଏପରି ପଦକ୍ଷେପ ନେଇଥିବା ନେଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ତେବେ ମହିଳାଙ୍କ ବାପଘର ତଥା ଶାଶୁଘର ଲୋକେ ଏନେଇ ପାଟି ଫିଟାଇ ନାହାନ୍ତି। ଯାହାକି ଘଟଣାକୁ ଅଧିକ ରହସ୍ୟଘେରକୁ ଟାଣି ନେଉଛି। ଜଣେ ଉଚ୍ଚପଦସ୍ଥ ଅଧିକାରୀଙ୍କ ଦ୍ୱାରା ଏହି ଘଟଣାର ତଦନ୍ତ କରାଯିବ । ଏଥିରେ ପୁଲିସ୍‌ର ତ୍ରୁଟି ଥିଲେ ଦୃଢ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ବ୍ରହ୍ମପୁର ଏସ୍‌ପି ଶ୍ରବଣ ବିବେକ ଏମ୍. ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!