Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦଣ୍ଡଧର ହତ୍ୟା ଘଟଣା, ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୩ ଜଣଙ୍କୁ କୋର୍ଟ ଚାଲାଣ

by ସଞ୍ଜୟ ସ୍ୱାଇଁ
March 4, 2020
in Crime
ଦଣ୍ଡଧର ହତ୍ୟା ଘଟଣା, ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୩ ଜଣଙ୍କୁ କୋର୍ଟ ଚାଲାଣ
51
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଗଣିଆ ବ୍ଲକ ଆଡ଼କଟା ପଞ୍ଚାୟତ ଉପର ହଦପଶି ଗ୍ରାମରେ ଗତ ଶନିବାର ଗୋଷ୍ଠୀ ସଂଘର୍ଷ ଦଣ୍ଡଧର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଚରଣ ବେହେରା ଓ ତାର ଦୁଇ ସହଯୋଗୀ ନାରଣ ବେହେରା ଓ ମମତା ବେହେରାଙ୍କୁ ଗତକାଲି ନୟାଗଡ଼ ଚିକିତ୍ସାଳୟରୁ ଗିରଫ କରାଯିବା ପରେ ଆଜି ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି । ଏହି ଘଟଣାରେ ସଂପୃକ୍ତ ଗଦା ବେହେରାଙ୍କୁ ପୂର୍ବରୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା । ମୃତ ଦଣ୍ଡଧରଙ୍କ ପରିବାର ଓ ଜିଲ୍ଲା ପରିଷଦ ଅଧ୍ୟକ୍ଷା ବୈଜୟନ୍ତୀ ମାଳା ମହାନ୍ତି ଗତକାଲି ଏସପିଙ୍କୁ ଭେଟି ଘଟଣାରେ ସଂପୃକ୍ତ ବ୍ୟକ୍ତିଙ୍କୁ ଖୁବ୍ ଶିଘ୍ର ଗିରଫ କରିବାକୁ ଦାବୀ କରିଥିଲେ । ଗିରଫ ଅଭିଯୁକ୍ତ ୩ ଜଣ ଶନିବାର ଠାରୁ ନୟାଗଡ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବାରୁ ଗଣିଆ ପୋଲିସ ସେମାନଙ୍କୁ ଗିରଫ କରି ପାରିନଥିଲା । ତେବେ ଗତକାଲି ସଂଧ୍ୟ୍ୟାରେ ଅଭିଯୁକ୍ତମାନେ ଡାକ୍ତରଖାନାରୁ ଡିସଚାର୍ଯ ହେବା ପରେ ଗଣିଆ ସବ୍‌ଇନିସପେକ୍ଟର ଶ୍ରଦ୍ଧା ନାୟକ,ଏଏସ୍‌ଆଇ ବାଳକୃଷ୍ନ ଦାସ ପହଞ୍ଚି ସେମାନଙ୍କୁ ଗିରଫ କରି ଗଣିଆ ଥାନାକୁ ଆଣି ପଚରାଉଚରା କରିଥିଲେ । ତେବେ ଘଟଣାର ମୁଖ୍ୟ ଅଭିଯୁକ୍ତ ଚରଣ ବେହେରା ଦଣ୍ଡଧର ବେହେରାଙ୍କୁ ଏକ ଲୁହା ଛଡ଼ରେ ମାରିଥିବା ସ୍ୱୀକାର କରିଥିବା ବେଳେ ତାକୁ ନାରଣ ବେହେରା ଓ ମମତା ବେହେରା ସାହାର୍ଯ୍ୟ କରିଥିଲେ ବୋଲି ସେ ଗଣିଆ ପୋଲିସ ସମ୍ମୁଖରେ ସ୍ୱୀକାର କରିଥିଲା । ପୂର୍ବ ଶତୃତାକୁ କେନ୍ଦ୍ର କରି ଏଭଳି ଘଟଣା ଘଟିଗଲା ବୋଲି ମଧ୍ୟ ଚରଣ ପ୍ରକାଶ କରିଥିଲା । ଘଟଣାରେ ସଂପୃକ୍ତ ସମସ୍ତ ଦୋଷୀଙ୍କୁ ଗିରଫ କରାଯାଇଥିବା ଆଜି କୋର୍ଟ ଚାଲାଣ କରାଯାଇଥିବା ଏସ.ଆଇ ଶ୍ରଦ୍ଧା ନାୟକ ପ୍ରକାଶ କରିଛନ୍ତି ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!