ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ବ୍ଲକ ଅନ୍ତର୍ଗତ ଇଟାମାଟି ଥାନା ପରିସରରେ ତ୍ରିନାଥ ଦେବଙ୍କ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ହୋମ, ନାମ, ଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଶରତ ଚନ୍ଦ୍ର ପାତଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି ଉତ୍ସବରେ ସ୍ଥାନୀୟ ଅଂଚଳର ବହୁ ବୁଦ୍ଧିଜୀବୀ, ସମାଜସେବୀ, ସାମ୍ବାଦିକ ଓ ଜନସାଧାରଣ ଯୋଗଦେଇ ଉକ୍ତ ଉତ୍ସବକୁ ସାଫଲ୍ୟ ମଣ୍ଡିତ କରିଥିଲେ ।






