Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦଶମ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
August 18, 2022
in Crime, State
ଦଶମ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
60
VIEWS
Share on FacebookShare on Twitter

ଗୋଲାମୁଣ୍ଡା, (ବାଘୁଆବାର୍ତ୍ତା): କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା ଅନ୍ତର୍ଗତ ଘୋଟିଆ ଗାଁ ନିକଟରେ ଥିବା ଜଙ୍ଗଲରୁ ଜଣେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି । ଛାତ୍ରୀ ଜଣଙ୍କ ଘୋଟିଆ ଗାଁର । ନାବାଳିକା ଛାତ୍ରୀ ଜଣଙ୍କ ଚିଚିଆ ବାଳିକା ଉଚ୍ଚ ବିଦ୍ୟାଳୟରେ ଦଶମ ଶ୍ରେଣୀରେ ପାଠ ପଢୁଥିଲେ । ସୂଚନାଯୋଗ୍ୟ ଯେ, ମଙ୍ଗଳବାର ଦିନ ମଧ୍ୟାହ୍ନ ଭୋଜନ ସମୟରେ ସେ ବାହାରକୁ ଚାଲିଯାଇଥିଲେ । ସେ ଆଉ ଘରକୁ ଫେରି ନଥିଲେ । ଝିଅ ଘରକୁ ନଫେରିବାରୁ ପରିବାରଲୋକ ବହୁ ଖୋଜାଖୋଜି କରିଥିଲେ ହେଲେ ତାଙ୍କୁ କେଉଁଠାରେ ପାଇନଥିଲେ । ତା ପରଦିନ ଗାଁ ନିକଟ ଜଙ୍ଗଲର ଏକ ଗଛରେ ଓଢଣୀରେ ଫାଶୀ ଲଗାଇ ଝୁଲୁଥିବା ଅବସ୍ଥାରେ ଲୋକେ ଦେଖିଥିଲେ । ଏହାପରେ ଝିଅର ପରିବାରଲୋକଙ୍କୁ ଖବର ଦେବାପରେ ଘଟଣାସ୍ଥଳରେ ପରିବାର ଲୋକେ ପହଞ୍ଚିଥିଲେ । ପୋଲିସକୁ ଖବର ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି । ତେବେ ଛାତ୍ରୀଙ୍କୁ ଦୁଷ୍କର୍ମ ପରେ କେହି ହତ୍ୟା କରି ଗଛରେ ଝୁଲାଇ ଦେଇଥିବା ଗୋଲାମୁଣ୍ଡା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଗୋଲାମୁଣ୍ଡା ଥାନା ଅଧିକାରୀ ଯୁଗଳ କିଶୋର ଶବର ଓ ଧର୍ମଗଡ ଉପଖଣ୍ଡ ଆରକ୍ଷୀ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସାଇଣ୍ଟିଫିକ୍ ଟିମ୍ ସହଯୋଗରେ ତଦନ୍ତ ଜାରି ରଖିଛନ୍ତି । ଏହି ଘଟଣାରେ ୩ ଜଣ ଯୁବକଙ୍କୁ ଗୋଲାମୁଣ୍ଡା ପୋଲିସ ଅଟକ ରଖିବା ସହ ତଦନ୍ତ ଜାରି ରଖିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!