Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦିଲ୍ଲୀ ଉପ ମୁଖ୍ୟମନ୍ତ୍ରୀଙ୍କ ଘରେ ସିବିଆଇ ରେଡ୍

by ସଞ୍ଜୟ ସ୍ୱାଇଁ
August 19, 2022
in Crime, NATIONAL NEWS
ଦିଲ୍ଲୀ ଉପ ମୁଖ୍ୟମନ୍ତ୍ରୀଙ୍କ ଘରେ ସିବିଆଇ ରେଡ୍
105
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଦିଲ୍ଲୀ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିଶୋଦିଆଙ୍କ ଘରେ ସିବିଆଇ ଟିମ୍ । ଶୁକ୍ରବାର ଦିଲ୍ଲୀ ସରକାରଙ୍କ ନୂଆ ଅବକାରୀ ନୀତି ଘଟଣାରେ ସିଶୋଦିଆଙ୍କ ଘରେ ତଦନ୍ତକାରୀ ଟିମ୍ ପହଁଚିଛି । କିଛିଦିନ ତଳେ ଉପରାଜ୍ୟପାଳ ବିନୟ ସକସେନା କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ଦ୍ୱାରା ଅବକାରୀ ନୀତିର ଯାଞ୍ଚ ପାଇଁ ସୁପାରିଶ କରିଥିଲେ । ମୁଖ୍ୟ ଶାସନ ସଚିବଙ୍କ ରିପୋର୍ଟ ପରେ ଉପରାଜ୍ୟପାଳ ଏହି ପ୍ରସଙ୍ଗ ଉଠାଇଥିଲେ । ଯେଉଁ ରିପୋର୍ଟରେ ମନୀଷଙ୍କ ଭୂମିକା ଉୁପରେ ପ୍ରଶ୍ୱବାଚୀ ସୃଷ୍ଟି ହୋଇଥିଲା । ମନୀଷ ଟ୍ୱିଟ୍ କରି ସିବିଆଇ ଟିମ୍ ଘରେ ପହଁଚିଥିବା ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ସିବିଆଇକୁ ସ୍ୱାଗତ । ସେ ଦୁର୍ନୀତିଖୋର ନୁହେଁ । ଲକ୍ଷଲକ୍ଷ ପିଲାଙ୍କ ଭବିଷ୍ୟତ ଗଢୁଛନ୍ତି । କିନ୍ତୁ ଦେଶରେ ଯିଏ ଭଲ କାମ କରିବ ତାକୁ ହଇରାଣ କରାଯିବ । ତେଣୁ ଦେଶ ଏକ ନମ୍ବରରେ ପହଁଚି ପାରିନି । ସେ ଆହୁରି କହିଛନ୍ତି ଯେ, ସେ ତଦନ୍ତରେ ସମ୍ପୂର୍ଣ୍ଣ ସହଯୋଗ କରିବେ । ସତ ବହୁତ ଶୀଘ୍ର ସାମ୍ନାକୁ ଆସିବ । ଦେଶରେ ଭଲ ଶିକ୍ଷା ପାଇଁ ତାଙ୍କ କାମ ଅଟକିବ ନାହିଁ ବୋଲି ସେ କହିଛନ୍ତି । କିଛି ଲୋକେ ଦିଲ୍ଲୀର ଶିକ୍ଷା ଓ ସ୍ୱାସ୍ଥ୍ୟ ବ୍ୟବସ୍ଥାକୁ ନେଇ ଖୁସି ନାହାଁନ୍ତି । ତେଣୁ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଓ ଶିକ୍ଷା ମନ୍ତ୍ରୀଙ୍କୁ ଟାର୍ଗେଟ୍ କରୁଛନ୍ତି । ମିଛ ଅଭିଯୋଗ ଲାଗିଛି । କୋର୍ଟରେ ସତ ସାମ୍ନାକୁ ଆସିବ । କେଜ୍ରିଓ୍ୱାଲଙ୍କ ଟାର୍ଗେଟ୍ – ସିଶୋଦିଆଙ୍କ ଘରେ ସିବିଆଇ ଟିମ୍ ନେଇ ଟାର୍ଗେଟ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ । ସେ କହିଛନ୍ତି ଯେ, ପୂର୍ବରୁ ବି ଅନେକ ଚଢଉ ହୋଇଛି । କିଛି ମିଳିନି । ଯେଉଁଦିନ ଆମେରିକା ଖବରକାଗଜର ପ୍ରଥମ ପେଜରେ ଦିଲ୍ଲୀ ଶିକ୍ଷାବ୍ୟବସ୍ଥା ଉପରେ ଖବର ଆସିଲା ସେଦିନ ହିଁ ସିବିଆଇ ଚଢଉ କରିଛି ବୋଲି ସେ କହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!