Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଡ଼ ଧରଣର ଡକାୟତି ପାଇଁ ଚାଲିଥିଲା ଯୋଜନା, ୪ ଲୁଟେରା ଗିରଫ

by ସଞ୍ଜୟ ସ୍ୱାଇଁ
August 21, 2022
in Crime, State
ବଡ଼ ଧରଣର ଡକାୟତି ପାଇଁ ଚାଲିଥିଲା ଯୋଜନା, ୪ ଲୁଟେରା ଗିରଫ
95
VIEWS
Share on FacebookShare on Twitter

ଉଦଳା, (ବାଘୁଆବାର୍ତ୍ତା): ବଡ଼ ଧରଣର ଡକାୟତି କରିବା ପାଇଁ ଚାଲିଥିଲା ଯୋଜନା । ହେଲେ ଖବର ପାଇ ଚଢ଼ାଉ କରିଲା ପୋଲିସ । ଜଣେ ଡକାୟତ ଚମ୍ପଟ ମାରିଥିବା ବେଳେ ଏବେ ପୋଲିସ କବଜାରେ ୪ ଆନ୍ତଃଜିଲ୍ଲା ଡକାୟତ । ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ଉଦଳା ଥାନା ଶ୍ମଶାନ କାଳୀ ଛକ ନିକଟରେ ୫ ଜଣ ଯୁବକ ବଡ଼ ଧରଣର ଡକାୟତି ନିମନ୍ତେ ଯୋଜନା କରୁଥିଲେ । ଏହି ସମୟରେ ଉଦଳା ପୋଲିସ ସେଠାରେ ଚଢ଼ାଉ କରିଥିଲା । ପୋଲିସକୁ ଦେଖି ଜଣେ ଡକାୟତ ଚମ୍ପଟ ମାରିଥିବା ବେଳେ ଚାରି ଜଣ ଡକାୟତକୁ ପୋଲିସ ଗିରଫ କରିଛି। ଗିରଫ ଡକାୟତଙ୍କ ନିକଟରୁ ତିନି ଗୋଟି ବାଇକ୍, ପାଞ୍ଚ ମୋବାଇଲ, ଭୁଜାଲି, ଛୁରୀ, ଶାବଳ ସହିତ ନଗଦ ଅଠଚାଳିଶ ହଜାର ଟଙ୍କା ପୋଲିସ ଜବତ କରିଛି । ଏହି ଡକାୟତମାନଙ୍କ ନାମରେ ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର ଏବଂ ଗଞ୍ଜାମ ଜିଲ୍ଲାରେ ଅନେକ ଡକାୟତି ମାମଲା ରହିଥିବା ପୋଲିସ ତଦନ୍ତରୁ ଜାଣିବାକୁ ପାଇଛି । ଏହା ସହିତ ଡକାୟତମାନେ ପୂର୍ବରୁ ଉଦଳା ଅଂଚଳରେ ହୋଇଥିବା ୬ ରୁ ଅଧିକ ଡକାୟତି ଏବଂ ଲୁଟ ମାମଲାରେ ସମ୍ପୃକ୍ତ ଥିବା ପୋଲିସ ସୂଚନା ଦେଇଛି । ଗିରଫ ଆନ୍ତଃଜିଲ୍ଲା ଡକାୟତମାନେ ହେଲେ ଗଞ୍ଜାମ ଜିଲ୍ଲା ଆସ୍କା ଥାନା ଅଂଚଳର ବିନୋଦ ଦାସ, ଶିବ ଦାସ, ଶାରଦ ଥାନା ଅଂଚଳର ରବି ରାଓ ଏବଂ ଯାଜପୁର ଜିଲ୍ଲା କୋରେଇ ଥାନା ଅଞ୍ଚଳର ଦୀପକ ପ୍ରଧାନ । ପୋଲିସ୍‌ ଗିରଫ ଲୁଟେରାଙ୍କୁ ପୋଲିସ କୋର୍ଟଚାଲାଣ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!