Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଇନଜୀବୀଙ୍କୁ ଲୁହା ରଡ଼ରେ ମରଣାନ୍ତକ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
March 16, 2020
in Crime
10
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ସହର ନିକଟବର୍ତ୍ତୀ ସ୍ଥାନରେ ଆଜି ଦୁଇଜଣ ଆଇନଜୀବୀଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଆକ୍ରମଣରେ ଆହାତ ହୋଇଥିବା ଦୁଇ ଆଇନଜୀବୀ ବାପ ପୁଅ ବୋଲି ଜଣାଯାଇଛି । ସୂଚନାନୁସାରେ, ନୟାଗଡ଼ ଜିଲ୍ଲା ଖୁଣ୍ଟୁବନ୍ଧ ଗ୍ରାମରେ ଅଜୟ କୁମାର ମହାନ୍ତି ଏବଂ ତାଙ୍କ ପୁଅ ଅମରେନ୍ଦ୍ର ମହାନ୍ତି ଉଭୟ ଆଇନଜୀବୀ । ଆଜି ସେମାନେ କୋର୍ଟରୁ ନିଜ ଘରକୁ ଫେରୁଥିବା ବେଳେ ନୟାଗଡ଼ ନିକଟସ୍ଥ କଇଥଗାଡ଼ିଆ ଏବଂ ଜାମୁସାହି ମଝିରେ ଥିବା ଭୈରବି ମନ୍ଦିର ନିକଟରେ ଦୁଇ ଜଣ ଯୁବକ ତାଙ୍କୁ ଅଟଳାଇ ଲୁହା ରଡ଼ରେ ଆକ୍ରମଣ କରିଥିଲେ । ଫଳରେ ସେ ଅମରେନ୍ଦ୍ର ମଟରସାଇକେଲ ବୁଲାଇ ସେଠାରୁ ଚାଲି ଆସୁଥିବା ବେଳେ ପଛରୁ ତାଙ୍କୁ ପିଛା କରୁଥିବା ଅନ୍ୟ ଦୁଇଜଣ ଯୁବକ ତାଙ୍କୁ ସହ ମଟସାଇକେଲ ଧକ୍କା କରିଥିଲେ । ଫଳରେ ସେ ତଳେ ପଡ଼ି ଯାଇଥିଲେ । ଏହି ସମୟରେ ଅମରେନ୍ଦ୍ରଙ୍କ ଉପରେ ଦୁର୍ବତ୍ତମାନେ ଲୁହା ରଡ଼ରେ ଆକ୍ରମଣ କରିଥିଲେ । ଏହି ଆକ୍ରମଣରେ ଅମରେନ୍ଦ୍ରଙ୍କ ହାତ ଓ ଗୋଡ଼ରେ ଗଭୀର ଆଘାତ ଲାଗିବା ସହ ତାଙ୍କ ବାପା ବାଇକରୁ ପଡ଼ି ଆହାତ ହୋଇଛନ୍ତି । ପାଟିତୁଣ୍ଡ ଶୁଣି ସ୍ଥାନୀୟ ଲୋକେ ସେଠାରେ ପହଂଚିବା ବେଳକୁ ଦୁବୁର୍ତ୍ତମାନେ ଫେରାର ହୋଇଯାଇଥିବା ବେଳେ ସେମାନେ ମୁଖା ପିନ୍ଧିଥିବା ଜଣାପଡ଼ିଛି । ସ୍ଥାନୀୟ ଲୋକେ ଉଭୟ ବାପ ଓ ପୁଅଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିବା ବେଳେ ଅମରେନ୍ଦ୍ରଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭୂବନେଶ୍ୱର ସ୍ଥାନାନ୍ତରିତ କରାଯାଇଛି । ଏହି ଆକ୍ରମଣ ଯୋଜନା ବଦ୍ଧ ଭାବେ କରାଯାଇଥିବା ନେଇ ଆଇନଜୀବୀମାନେ ମତ ପୋଷଣ କରୁଥିବା ବେଳେ ଅଭିଯୁକ୍ତକୁ ଯଥାଶୀଘ୍ର ଗିରଫ ପାଇଁ ଦାବି କରିଛନ୍ତି ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!