Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାଢେ ୧୧ଲକ୍ଷ ଟଙ୍କାର ଧଳାଜହର ଜବତ, ଜଣେ ଅଭିଯୁକ୍ତ ଗିରଫ

by ସଞ୍ଜୟ ସ୍ୱାଇଁ
August 23, 2022
in Crime, State
ସାଢେ ୧୧ଲକ୍ଷ ଟଙ୍କାର ଧଳାଜହର ଜବତ, ଜଣେ ଅଭିଯୁକ୍ତ ଗିରଫ
79
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ପୁରୀ ଜିଲ୍ଲା କାକଟପୁର ଅଞ୍ଚଳର ଜଣେ ବ୍ୟକ୍ତିଙ୍କଠାରୁ ୧୧ ଲକ୍ଷ ୫୦ ହଜାର ଟଙ୍କାର ବ୍ରାଉନସୁଗାର ଜବତ କରିଛି ଅବକାରୀ ବିଭାଗ । ଗିରଫ ଅଭିଯୁକ୍ତ ହେଲେ କାକଟପୁର ଥାନା ଅଧୀନ ବାଉରି ପୋଖରୀ ଗ୍ରାମର ଉପେନ୍ଦ୍ର ଦାସ । ଉଲ୍ଲେଖଯୋଗ୍ୟ ଯେ, ପୁରୀ ଅବକାରୀ ଅଧିକ୍ଷକ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦ୍ଦେଶ କ୍ରମେ ନିମାପଡା ଅବକାରୀ ଥାନା ଅଧିକାରିଣୀ ମମତା କୁମାରୀ ଦାସଙ୍କ ନେତୃତ୍ବରେ ଏକ ଟିମ୍ କାକଟପୁର ଥାନା ଅଧୀନ ବାଉରି ପୋଖରୀଠାରେ ସୋମବାର ଚଢ଼ାଉ କରିଥିଲା । ସେହି ସମୟରେ ଏହି ଟିମ୍ ଉପେନ୍ଦ୍ର ଦାସକୁ ଗିରଫ କରିଥିଲା । ଅଭିଯୁକ୍ତ ଉପେନ୍ଦ୍ରଠାରୁ ଅବକାରୀ ବିଭାଗ ୧୧୫ ଗ୍ରାମ ବ୍ରାଉନସୁଗାର ସହ ନଗଦ ହଜାରେ ଟଙ୍କା ଜବତ କରିଥିଲା । ନିମାପଡା ଅବକାରୀ ଥାନା କେସ୍ ନଂ- ୪୪/୨୨-୨୩ରେ ଅଭିଯୁକ୍ତ ଉପେନ୍ଦ୍ରକୁ କୋର୍ଟ ଚାଲାଣ କରିଥିବା ବେଳେ ଜାମିମ୍ ନାମଞ୍ଜୁର ହେବାରୁ ତାକୁ ନିମାପଡା ଉପ-କାରଗାରକୁ ପଠାଯାଇଥିବା ଅବକାରୀ ବିଭାଗ ସୂଚନା ଦେଇଛି । ଏହି ଚଢ଼ାଉରେ ଅବକାରୀ କର୍ମଚାରୀ ସବିତା ସାହୁ, ଆଶିଷ କୁମାର ପ୍ରଧାନ, ତପନ ପ୍ରଧାନ, ଜିତେନ୍ଦ୍ର ବେହେରା, ଶେଖ ୱାରିସ ପ୍ରମୁଖ ସାମିଲ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!