ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭୁବନେଶ୍ୱର ଉପକଣ୍ଠ ବାସୁଆଘାଇ ନଦୀବନ୍ଧ ରାସ୍ତା କଡ଼ରେ ଥିବା ଏକ ଗଛରୁ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଯୁବକ ଜଣଙ୍କ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ତେବେ ବର୍ତ୍ତମାନ ସୁଦ୍ଧା ଯୁବକଙ୍କ ପରିଚୟ ଜଣାପଡ଼ିନାହିଁ। କେଉଁ କାରଣ ଯୁବକ ଆତ୍ମହତ୍ୟା କରିଛନ୍ତି ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ। ସ୍ଥାନୀୟ ଲୋକଙ୍କଠୁ ଖବର ପାଇଁ ଘଟଣାସ୍ଥଳରେ ସହିଦ ନଗର ଥାନା ପୋଲିସ ପହଞ୍ଚି ଯୁବକଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ପରେ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଟଯାଇଥିବା ଜଣାପଡିଛି। ଯୁବକ ପରିଚୟ ଖୋଜିବା ପାଇଁ ପୋଲିସ ତଦନ୍ତ ଆରମ୍ଭ କରିଛି।





