Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏସ୍ଆ‌ଇ ସ୍ୱାଗତିକାଙ୍କ ମୃତ୍ୟୁ ପାଇଁ ବଦଳି ହେଲେ ଆଇଆଇସି

by ସଞ୍ଜୟ ସ୍ୱାଇଁ
August 29, 2022
in Crime, State
ଏସ୍ଆ‌ଇ ସ୍ୱାଗତିକାଙ୍କ ମୃତ୍ୟୁ ପାଇଁ  ବଦଳି ହେଲେ ଆଇଆଇସି
118
VIEWS
Share on FacebookShare on Twitter

ବାଲିଗୁଡ଼ା, (ବାଘୁଆବାର୍ତ୍ତା): ଜି. ଉଦୟଗିରି ଥାନା ଆଇଆଇସି ରେବତୀ ଶବରଙ୍କୁ ଜିଲ୍ଲା ମୁଖ୍ୟାଳୟକୁ ବଦଳି କରାଯାଇଛି। ଆଇଆଇସିଙ୍କ ବଦଳି ନେଇ କନ୍ଧମାଳ ଏସ୍‌ପି ବିନୀତ ଅଗ୍ରୱାଲ ସୂଚନା ଦେଇଛନ୍ତି। ରେବତୀଙ୍କ ବଦଳରେ ଟିକାବାଲି ଥାନା ଆଇଆଇସିଙ୍କୁ ଜି. ଉଦୟଗିରି ଥାନା ଦାୟିତ୍ୱ ଦିଆଯାଇଛି । ଜି. ଉଦୟଗିରି ଏସ୍ଆ‌ଇ ସ୍ୱାଗତିକାଙ୍କ ମୃତ୍ୟୁ ପାଇଁଆଇଆଇସି ଙ୍କୁ ଦାୟୀ କରାଯାଇଥିଲା। ଶନିବାର ରାତିରେ ସ୍ୱାଗତିକାଙ୍କ ମା’ ଓ ଭାଇ ଜି ଉଦୟଗିରି ଏସ୍‌ଡିପିଓଙ୍କ ନିକଟରେ ଅଭିଯୋଗ କରିଥିଲେ। ଆଇଆଇସି ସ୍ୱାଗତିକାଙ୍କୁ ମାନସିକ ନିର୍ୟାତନା ଦେଇ ଆସୁଥିଲେ ବୋଲି ଏତଲାରେ ଦର୍ଶାଇଥିଲେ। ଆଇଆଇସି ସ୍ୱାଗତିକାଙ୍କୁ ମାରି ଝୁଲାଇ ଦେଇଛନ୍ତି ନ ହେଲେ ତାଙ୍କ ନିର୍ୟାତନା ସହି ନପାରି ସ୍ୱାଗତିକା ଆତ୍ମହତ୍ୟା କରିଛନ୍ତି ବୋଲି ଅଭିଯୋଗ କରିଥିଲେ। ସୂଚନା ଥାଉକି, ଗତ ଶନିବାର ସ୍ୱାଗତିକାଙ୍କ ଝୁଲନ୍ତା ମୃତଦେହ ତାଙ୍କ ସରକାରୀ କ୍ୱାର୍ଟର୍ସରୁ ମିଳିଥିଲା। ଆଜି ସକାଳେ ସ୍ୱାଗତିକାଙ୍କ ମୃତଦେହ ପୈତୃକ ଗାଁ ନିରକାରାପୁରର ପାଣ୍ଡଵପାଟଣାରେ ପହଞ୍ଚିବା ପରେ ଉତ୍ତେଜନା ପ୍ରକାଶ ପାଇଛି। ସ୍ୱାଗତିକାଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ପରିବାର ଓ ଗ୍ରାମବାସୀ ନିରକାରାପୁର କଲେଜ ଛକରେ ଧାରଣା ଦେଇଛନ୍ତି। ଏହାସହ ଖୋର୍ଦ୍ଧା-ପୁରୀ ନୂଆ ଜଗନ୍ନାଥ ସଡ଼କକୁ ଅବରୋଧ କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!