ଟାଙ୍ଗୀ, (ବାଘୁଆବାର୍ତ୍ତା): ବାଉଁଶବୁଦାରୁ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର। ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଥିବା ଦୁଲ୍ଲଣୀ ଗାଁର ଶାଳିଆ ନଦୀ ବାଉଁଶବୁଦାରୁ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। ସୂଚନାନୁଯାୟୀ, ଗୁରୁବାର ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଦୁଲ୍ଲଣୀ ଗ୍ରାମ ଶାଳିଆ ନଦୀ ବାଉଁଶବୁଦାରେ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଖବର ପାଇ ବାଣପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ମୃତକଙ୍କ ପରିଚୟ ମିଳିପାରି ନାହିଁ। ମୃତ ବ୍ୟକ୍ତିଙ୍କୁ କେହି ହତ୍ୟା କରି ବାଉଁଶ ବୁଦାରେ ଫିଙ୍ଗିଦେଇଥିବା ସନ୍ଦେହ କରାଯାଉଛି।





