Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାହିଁକି ଆତ୍ମହତ୍ୟା କଲେ ବିଚାରପତି!

by ସଞ୍ଜୟ ସ୍ୱାଇଁ
September 2, 2022
in Crime, State
କାହିଁକି ଆତ୍ମହତ୍ୟା କଲେ ବିଚାରପତି!
492
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): କଟକ ସ୍ୱତନ୍ତ୍ର ପକ୍ସୋ କୋର୍ଟ ବିଚାରପତି ସୁବାସ କୁମାର ବିହାରୀ ଶୁକ୍ରବାର ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ସେ ତାଙ୍କ ସିଡିଏ ସେକ୍ଟର-୯ ସ୍ଥିତ ସରକାରୀ ବାସଭବନରେ ଆତ୍ମହତ୍ୟା କରିଛନ୍ତି। ସିଡିଏର ଏକ ଘରୋଇ ଡାକ୍ତରଖାନାରେ ତାଙ୍କୁ ମୃତ ଘୋଷଣା କରାଯାଇଛି। ତାଙ୍କ ମୃତଦେହକୁ ସେଠାରୁ କଟକ ବଡ଼ ଡାକ୍ତରଖାନାକୁ ବ୍ୟବଚ୍ଛେଦ ପାଇଁ ନିଆଯିବ ବୋଲି ଜଣାପଡ଼ିଛି। ବିଚାରପତି ସୁବାସ କୁମାର ବିହାରୀ କାହିଁକି ଆତ୍ମହତ୍ୟା କଲେ, ତା’ର କାରଣ ସ୍ପଷ୍ଟ ହୋଇପାରିନି। ତେବେ ଗତ ଦୁଇ ଦିନ ସେ ଛୁଟିରେ ଥିଲେ। ଆଜି ସେ କାର୍ୟ୍ୟରେ ଯୋଗ ଦେବାର ଥିଲା। ତେବେ ଆଜି ସେ ପୁଣି ଛୁଟି ନେଇଥିଲେ। ବିଚାରପତି ସୁବାସ କୁମାର ବିହାରୀଙ୍କ ଷ୍ଟେନୋ କହିଛନ୍ତି ଯେ ସେ ଆଜି କୋର୍ଟ ଆସିବାର ଥିଲା। କିନ୍ତୁ ସକାଳ ପ୍ରାୟ ୧୦ଟା ବେଳେ ଫୋନ୍ କରି ଛୁଟିରେ ରହିବେ ବୋଲି କହିଥିଲେ। ମିଳିଥିବା ସୂଚନା ଅନୁଯାୟୀ, ବିଚାରପତି ସୁବାସ କୁମାର ବିହାରୀ ଝୁଲିପଡ଼ିଥିଲେ। ତାଙ୍କ ବେକରେ ଦାଗ ଅଛି। ତେବେ ପୁଲିସ୍ ବା ପରିବାର ଲୋକଙ୍କ ପକ୍ଷରୁ ଏନେଇ କିଛି କୁହାଯାଇ ନାହିଁ। ଅନ୍ୟପକ୍ଷରେ ଏହି ଘଟଣା ଘଟିବା ବେଳେ ତାଙ୍କ ପତ୍ନୀ ଓ ଦୁଇ ଝିଅ ଘରେ ନଥିଲେ। ସେମାନେ ବଜାର ଯାଇଥିଲେ। ବିଚାରପତି ସୁବାସ କୁମାର ବିହାରୀଙ୍କ ଘର ଯାଜପୁର ଜିଲ୍ଲାର ଭୁବନେଶ୍ୱପୁରରେ। ସେ କେବଳ ଜଣେ ଭଲ ବିଚାରପତି ନଥିଲେ, ଜଣେ ଭଲ ମଣିଷ ଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!