Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଗୁରୁଦିବସ ପାଳିତ

by ସଞ୍ଜୟ ସ୍ୱାଇଁ
September 5, 2022
in Education, Nayagarh, State
ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଗୁରୁଦିବସ ପାଳିତ
331
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ସ୍ଥାନୀୟ ସରସ୍ୱତୀ ଶିଶୁଵିଦ୍ୟା ମନ୍ଦିର ନୟାଗଡ଼ ଠାରେ ପଵିତ୍ର ଗୁରୁ ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି।ବିଦ୍ୟାଳୟ ର ପ୍ରଧାନଚାର୍ୟ୍ୟ ଅମ୍ବିକା ପ୍ରସାଦ ପଟନାୟକ ଅତିଥି ପରିଚୟ କରାଇଥିଲେ। ଏହି ପବିତ୍ର ଉଛବ ରେ ମୂଖ୍ୟ ଅତିଥିଭାବେ ବିଦ୍ୟାଳୟ ପରିଚାଳନା ସମିତିର ସଭାପତି କେଶବ ଚନ୍ଦ୍ର ରାଉତରାୟ ଦ୍ୱୀପ ପ୍ରଜ୍ୱଳନ କରି, ଶିକ୍ଷକ ବା ଗୁରୁ ଯିଏକି ଶିଶୁ ମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ ଗଢିବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥାନ୍ତି ଓ ଶିଶୁ ମାନଙ୍କୁ ଉତ୍ତମ ଶିକ୍ଷା ଦାନ ସହିତ ଭବିଷ୍ୟତରେ ଜଣେ ଭଲ ମଣିଷ ଭାବେ ଗଢିତୋଳିବା ପାଇଁ ବିଭିନ୍ନ ନୈତିକ ଓ ଆଧ୍ୟାତ୍ମିକ ଶିକ୍ଷା ଜରିଆରେ ଶିକ୍ଷା ଦାନ ଦେବା ଉଚିତ ବୋଲି ମତ ପ୍ରକାଶ କରିଥିଲେ। ବିଦ୍ୟାଳୟ ର ଆଚାର୍ୟ୍ୟ କିଶୋର ଚନ୍ଦ୍ର ସ୍ୱାଇଁ ମୁଖ୍ୟ ବକ୍ତା ଭାବେ ଡ଼.ସର୍ବପଲ୍ଲି ରାଧାକ୍ରିଷ୍ଣନ ଙ୍କ ଜୀବନୀ,ଆଦର୍ଶ ଶିଶୁମାନଙ୍କ ସମ୍ମୁଖରେ ଉପସ୍ଥାପନ କରିଥିଲେ। ଏହା ପରେ ପ୍ରଥମ ଶ୍ରେଣୀର ଛାତ୍ରୀ ପ୍ରତୀକ୍ଷା ପ୍ରିୟଦର୍ଶନୀ, ଆକାଂକ୍ଷା ପ୍ରିୟଦର୍ଶନୀ, ତୃତୀୟ ଶ୍ରେଣୀ ର ଛାତ୍ରୀ ଅନିନ୍ଦିତା ସଢଙ୍ଗୀ, ପଞ୍ଚମ ଶ୍ରେଣୀ ର ଛାତ୍ରୀ ଶୁଭଶ୍ରୀ ପ୍ରିୟଦର୍ଶନୀ, ନବମ ଶ୍ରେଣୀର ଛାତ୍ରୀ ଜ୍ୟୋତିରେଖା ସ୍ୱାଇଁ, ଦଶମ ଶ୍ରେଣୀର ଛାତ୍ର ଅକ୍ଷଗ୍ନିକ କୁମାର ସାହୁ ଗୁରୁଦିବସ ବିଷୟରେ ବକ୍ତବ୍ୟ ପ୍ରଦାନ କରିଥିଲେ।ପରେ ପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ଗୁରୁପୂଜନ କାର୍ୟ୍ୟକ୍ରମ କରାଯାଇଥିଲା।ଏହି ଉଛବ ରେ ପ୍ରାୟ ୫୦୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ, ଅଭିଭାବକ ଉପସ୍ଥିତ ରହିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!