Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୁଣିଗାରେଡ଼ି ସନ୍ଦେହରେ ମହିଳାଙ୍କୁ ବିଭତ୍ସ ଭାବେ ହତ୍ୟା କଲା ପଡୋଶୀ ଯୁବକ

by ସଞ୍ଜୟ ସ୍ୱାଇଁ
September 5, 2022
in Crime, State
ଗୁଣିଗାରେଡ଼ି ସନ୍ଦେହରେ ମହିଳାଙ୍କୁ ବିଭତ୍ସ ଭାବେ ହତ୍ୟା କଲା ପଡୋଶୀ ଯୁବକ
42
VIEWS
Share on FacebookShare on Twitter

ରାୟଗଡ଼ା, (ବାଘୁଆବାର୍ତ୍ତା): ଗୁଣିଗାରେଡ଼ି ସନ୍ଦେହରେ ପଡୋଶୀ ମହିଳାଙ୍କୁ ବିଭତ୍ସ ଭାବେ ହତ୍ୟା। ରାୟଗଡ଼ା ସହରର କୋଇଲାପଡା ଠାରେ ଆଜି ମଧ୍ୟାହ୍ନ ସମୟରେ ଏଭଳି ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ମୃତ ମହିଳା ଜଣଙ୍କ ହେଉଛନ୍ତି ଚନ୍ଦ୍ରମା ବିଭାର (୫୦)। ଘଟଣାସ୍ଥଳରେ ପହଞ୍ଚି ହତ୍ୟାକାରୀକୁ ଗିରଫ କଲା ପୋଲିସ। ଘଟଣାରୁ ପ୍ରକାଶ ଯେ, ରାୟଗଡ଼ା ସହରର କୋଇଲାପଡାର ଚନ୍ଦ୍ରମା ଗତ କିଛି ଦିନ ହେବ ଗୁଣିଗାରେଡ଼ି କରୁଥିବା ନେଇ ତାଙ୍କର ପଡୋଶୀ ଯୁବକ ରାଜେଶ କୁଲେସିକା ସନ୍ଦେହ କରୁଥିଲେ। ଏନେଇ ଉଭୟ ପରିବାର ମଧ୍ୟରେ ବଚସା ଲାଗି ରହିଥିଲା। ତେବେ ଏଥିରେ ଉତକ୍ଷିପ୍ତ ହୋଇ ରାଜେଶ ଆଜି ମଧ୍ୟାହ୍ନ ସମୟରେ ଚନ୍ଦ୍ରମାଙ୍କ ଘରେ ପଶି ତାଙ୍କୁ ଟାଙ୍ଗିଆରେ ହାଣିଦେଇଥିଲା। ଫଳରେ ଘଟଣାସ୍ଥଳରେ ଚନ୍ଦ୍ରମାଙ୍କର ମୃତ୍ୟୁ ଘଟିଛି। ସେପଟେ ହତ୍ୟାକାଣ୍ଡ ଘଟାଇବା ପରେ ରାଜେଶ ସାହି ଲୋକଙ୍କୁ ମଧ୍ୟ ଭୟଭୀତ କରିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ରାଜେଶକୁ ଗିରଫ କରିବା ସହ ଟାଙ୍ଗିଆ ଜବତ କରିଛି। ସୂଚନା ପାଇ ଏସପି ବିବେକାନନ୍ଦ ଶର୍ମା ଓ ଏସଡିପିଓ ଦେବଜ୍ୟୋତି ଦାସ ସମେତ ଅନ୍ୟ ପୁଲିସ ଅଧିକାରୀ ପହଞ୍ଚି ଘଟଣାର ଅନୁଧ୍ୟାନ କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!