ନୟାଗଡ଼, (ବାଘୁଆବାର୍ତ୍ତା): ବର୍ତ୍ତମାନର ତାଜା ସୂଚନା । ନବୀନଙ୍କ ୨୫ବର୍ଷ ସୁଶାସନ । ନୂଆଦିଲ୍ଲୀର କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟ୍ ତରଫରୁ ନବୀନଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ କରାଯିବା ପରେ ଆଜି ଭୁବନେଶ୍ୱର ଏୟାରପୋର୍ଟ ପହଞ୍ଚିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ । ଭୁବନେଶ୍ୱର ଏୟାରପୋର୍ଟରୁ ବିରାଟ ଶୋଭାଯାତ୍ରାରେ ବାହାରିଲେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ । ଲକ୍ଷ ଲକ୍ଷ ସମର୍ଥକଙ୍କ ଗହଣରେ ଏୟାରପୋର୍ଟରୁ ବାହାରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଶ୍ରୀ ପଟ୍ଟନାୟକଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଉଥିବା ଦେଖିବାକୁ ମିଳିଛି । ସେହିପରି ଭାବେ ନୟାଗଡ଼ ନିର୍ବାଚନ ମଣ୍ଡଳୀରୁ ମଧ୍ୟ ହଜାର ହଜାର ସମର୍ଥକ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇବାକୁ ଏୟାରପୋର୍ଟରେ ପହଞ୍ଚିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କୁ ସ୍ୱାଗତଂ ଜଣାଇବା ସହ ଜନସମୁଦ୍ରରେ ସାମିଲ ହୋଇଥିବା ଦେଖିବାକୁ ମିଳିଛି । ସୂଚନାନୁସାରେ, ନୂଆଦିଲ୍ଲୀର କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ତରଫରୁ ଜୀବନବ୍ୟାପୀ ସାଧନା ସମ୍ମାନ ପାଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଓଡ଼ିଶା ଫେରିବେ। ସେ ଆଜି ପୂର୍ବାହ୍ନ ୧୧.୨୫ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବାର କାର୍ୟ୍ୟକ୍ରମ ରହିଛି।

ମୁଖ୍ୟମନ୍ତ୍ରୀଙ୍କ ସ୍ୱାଗତ ପାଇଁ ବିଜେଡି ପକ୍ଷରୁ ଭବ୍ୟ ଆୟୋଜନର ବ୍ୟବସ୍ଥା କରାଯାଇଛି। ବିଜେଡିର ଏହି ସ୍ୱାଗତ ଉତ୍ସବ କାର୍ୟ୍ୟକ୍ରମରେ ୫୦ ହଜାରରୁ ଅଧିକ ଲୋକଙ୍କ ସମାଗମ ହେବ ବୋଲି ଅନୁମାନ କରାଯାଉଥିବାରୁ କମିଶନରେଟ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଆଇନଶୃଙ୍ଖଳା ଦାୟିତ୍ୱରେ ୮ ଡିସିପିଙ୍କ ସହ ୧୬ ଏସିପି ଏବଂ ୩୦ ପ୍ଲାଟୁନ୍ ଫୋର୍ସ ମୁତୟନ ରହିବେ ବୋଲି କହିଛନ୍ତି ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ । ଭିଡ଼ ନିୟନ୍ତ୍ରଣ ଲାଗି ସବୁ ଛକରେ ପୁଲିସ ଜଗିବ । ସ୍ୱତନ୍ତ୍ର ଟ୍ରାଫିକ୍ ସହ ପାର୍କିଂ ବ୍ୟବସ୍ଥା କରାଯାଇଛି । ଏପରିକି ଆଜି ବିମାନଯାତ୍ରା କରୁଥିବା ଲୋକଙ୍କୁ ଆଗୁଆ ଏୟାରପୋର୍ଟରେ ପହଞ୍ଚିବାକୁ ସୂଚନା ଦିଆଯାଇଛି। ଅନ୍ୟ ବିମାନରେ ଯିବାକୁ ଥିବା ଯାତ୍ରୀ ୩ ଘଣ୍ଟା ପୂର୍ବରୁ ବିମାନ ବନ୍ଦରରେ ପହଞ୍ଚିବାକୁ କୁହାଯାଇଛି।





